Odia News Portal

ବିଧାନସଭାର ଶୀତ ଅଧିବେଶନ : ଶୋକ ପ୍ରସ୍ତାବ ପରେ ଆସନ୍ତାକାଲି ଦିନ ୧୦ଟା ୩୦ ଯାଏଁ ଗୃହ ମୁଲତବି

ଆସନ୍ତାକାଲି ଦିନ ୧୦ଟା ୩୦ ଯାଏଁ ଗୃହ ମୁଲତବି । ବିଧାନସଭାର ଶୀତକାଳୀନ ଅଧିବେଶନ ଆରମ୍ଭ ପରେ ଗୃହରେ ଆଜି ଶୋକପ୍ରସ୍ତାବ ଆଗତ କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦିବଙ୍ଗତ ନେତାଙ୍କ ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ଶୋକ ପ୍ରସ୍ତାବ ଆଣିଥିବା ବେଳେ ଏହାକୁ ବିରୋଧୀ ସମର୍ଥନ ଜଣାଇଥିଲେ ।

ଉଭୟ କୋଶଳୀ ଓ ଓଡ଼ିଆ ଭାଷାରେ ବିବୃତି ରଖି ଶୋକ ପ୍ରସ୍ତାବକୁ ସମର୍ଥନ ଜଣାଇଥିଲେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର । ଶୋକପ୍ରସ୍ତାବକୁ ବିରୋଧୀ ଦଳ ସମର୍ଥନ ଜଣାଇବା ଦିବଙ୍ଗତ ନେତାଙ୍କ ପାଇଁ ଗୃହରେ ଏକ ମିନିଟ ନୀରବ ପ୍ରାର୍ଥନା କରିଥିଲେ ଗୃହର ସମସ୍ତ ସଦସ୍ୟ ।

ଆସନ୍ତା ଡିସେମ୍ବର ୩୦ ଯାଏଁ ଚାଲିବ ବିଧାନସଭାର ଶୀତ ଅଧିବେଶନ । ଏହି ଶୀତ ଅଧିବେଶନରେ ୩୦ଟି କାର୍ଯ୍ୟଦିବସ ରହିଛି । ବିଧାନସଭାର ଶୀତ ଅଧିବେଶନ ଆରମ୍ଭ ପୂର୍ବରୁ ବିଧାନସଭାର ନୂଆ ଉପ-ବାଚସ୍ପତି ନିର୍ବାଚିତ ହୋଇଛନ୍ତି ସାଲୁଗା ପ୍ରଧାନ । ନିଦ୍ୱନ୍ଦ୍ୱରେ ସାଲୁଗା ଉପ-ବାଚସ୍ପତି ଭାବେ ନିର୍ବାଚିତ ହୋଇଛନ୍ତି ।