Odia News Portal

୫ଟି ପ୍ରସ୍ତାବ ଉପରେ ବାଜିଲା ମୋହର 

ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ବସିଥିବା ରାଜ୍ୟ କ୍ୟାବିନେଟ ବୈଠକ ଶେଷ ହୋଇଛି । ୩ ଘଣ୍ଟା ଧରି ଚାଲିଥିବା ଏହି ବୈଠକରେ ୫ଟି ପ୍ରସ୍ତାବ ଉପରେ ମୋହର ବାଜିଛି । ସବୁଠୁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି କ୍ରମେ ସର୍ବନିମ୍ନ ମଜୁରୀ ସଂଶୋଧନ ପ୍ରସ୍ତାବରେ ମୋହର ବାଜିଛି । ଶ୍ରମିକଙ୍କ ସର୍ବନିମ୍ନ ମଜୁରୀ ୩୫୨ରୁ ୪୫୦ ଟଙ୍କାକୁ ବୃଦ୍ଧି କରିଛନ୍ତି ମୋହନ ସରକାର । ଅଣକୁଶଳୀ, ଅର୍ଦ୍ଧକୁଶଳୀ ଓ ଉଚ୍ଚ କୁଶଳୀ ଶ୍ରମିକଙ୍କ ମଜୁରୀ ବୃଦ୍ଧି ପାଇଛି । ସେହିଭଳି କୁଶଳୀ ଶ୍ରମିକଙ୍କ ସର୍ବନିମ୍ନ ମଜୁରୀ ୫୦୦ ଟଙ୍କା, ମୁଖ୍ୟକୁଶଳୀଙ୍କ ପାରିଶ୍ରମିକ ୫୦୦ଟଙ୍କା ଓ ଉଚ୍ଚ କୁଶଳୀ ଶ୍ରମିକଙ୍କ ମଜୁରୀ ୫୦୨ରୁ ୬୦୦ ଟଙ୍କାକୁ ବୃଦ୍ଧି କରିବାକୁ ନିଷ୍ପତ୍ତି ନିଆଯାଇଛି । ସେହିଭଳି ଓଡ଼ିଆ ଅସ୍ମିତା ପାଇଁ ୨୦୦ କୋଟିର ସ୍ୱତନ୍ତ୍ର ପାଣ୍ଠି ପ୍ରସ୍ତାବରେ ମୋହର ମାରିଛନ୍ତି ମୋହନ ସରକାର । ରାଜ୍ୟରେ ଓଡ଼ିଆ ଅସ୍ମିତା ଭବନ ଗଠନ ପାଇଁ ନିଷ୍ପତ୍ତି ନେଇଛନ୍ତି ସରକାର । ଓଡ଼ିଆ ଅସ୍ମିତା ଭବନ ନିର୍ମାଣ, ତାଳ ପାତ୍ର ପୋଥି ସଂଗ୍ରହ, କଳାକାର ଗୌରବ ନିଧି ଯୋଜନା, ଜାତୀୟ ବିଶ୍ୱ ବିଦ୍ୟାଳୟରେ ଓଡ଼ିଆ ଚେୟାର ପ୍ରତିଷ୍ଠା ପାଇଁ ସ୍ଥିର କରାଯାଇଛି ।

କ୍ୟାବିନେଟ ବୈଠକରେ ବାଲିଯାତ୍ରାକୁ ଅନ୍ତର୍ଜାତୀୟ ଉତ୍ସବ ମାନ୍ୟତା ପ୍ରସ୍ତାବରେ ମୋହର ବାଜିଥିବା ବେଳେ ୨୦ ହଜାର ଶିକ୍ଷକ ନିଯୁକ୍ତି ପାଇଁ ବିଜ୍ଞାପନ ପ୍ରକାଶ ପାଇଥିଲା । ଓଡ଼ିଶା ବିଦ୍ୟାଳୟ ଏଥିମଧ୍ୟରୁ ୧୮ ହଜାର ୭୮୮ ଜଣ ପ୍ରାର୍ଥୀଙ୍କ ଚୟନ ଓ ନିଯୁକ୍ତି ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଏହାସହ ନିଯୁକ୍ତି ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ବିଭିନ୍ନ ଅଚଳ ପ୍ରକଳ୍ପକୁ ସଚଳ କରିବାକୁ କ୍ୟାବିନେଟରେ ନିଷ୍ପତ୍ତି ନିଆଯାଇଛି । ଯାହାଦ୍ୱାରା ଉଠା ଜଳସେଚନର ବିଭାଗର ୨୦୬୫ ଗୋଟି ଅଚଳ ପ୍ରକଳ୍ପ ସଚଳ ହେବ । ୫ ବର୍ଷ ଭିତରେ ୧୦୪୪ କୋଠି ଅର୍ଥ ବିନିଯୋଗ ହେବ ।