Odia News Portal

ଅଶ୍ୱିନୀଙ୍କୁ ବିଜେଡିର ସମର୍ଥନ

ରାଜ୍ୟସଭା ନିର୍ବାଚନ ପାଇଁ ବିଜେପି ପକ୍ଷରୁ ଆଜି ଓଡ଼ିଶାରୁ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ରାଜ୍ୟସଭା ପ୍ରାର୍ଥୀ କରିବା ପାଇଁ ଘୋଷଣା କରାଯାଇଛି । ବିଜେପିର କେନ୍ଦ୍ରୀୟ କମିଟି ଏହି ଘୋଷଣା କରିବା ପରେ ଅଶ୍ୱିନୀଙ୍କ ଜିତିବା ପାଇଁ ବିଜେଡି ସମର୍ଥନର ହାତ ବଢ଼ାଇଛି । ଏ ନେଇ ବିଜେଡି ରାଜ୍ୟର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ପ୍ରେସ୍ ବିଜ୍ଞପ୍ତି ଜାରି କରିଛନ୍ତି । ଅଶ୍ୱିନୀଙ୍କ ଜିତିବା ପାଇଁ ବିଜେପିର ଆବଶ୍ୟକ ସଂଖ୍ୟା ନାହିଁ । ତେଣୁ ବିଜେଡି ୨୦୨୯ ଭଳି ଏଥର ବି ଅଶ୍ୱିନୀଙ୍କୁ ସମର୍ଥନ ଦେବ ବୋଲି ଘୋଷଣା କରିଛି । ରାଜ୍ୟରେ ଖାଲି ହେଉଥିବା ୩ଟି ରାଜ୍ୟସଭା ଆସନ ପାଇଁ ଦୁଇ ଦିନ ତଳେ ବିଜେଡି କଟକର ପୂର୍ବତନ ବିଧାୟକ ଦେବାଶିଷ ସାମନ୍ତରାୟ ଓ ପୁରୀର ଯୁବ ବିଜେଡି ଉପସଭାପତି ଶୁଭାଶିଷ ଖୁଣ୍ଟିଆଙ୍କ ନାଁ ରାଜ୍ୟସଭା ପ୍ରାର୍ଥୀ ଭାବେ ଘୋଷଣା କରିଥିଲା। ତେବେ ତୃତୀୟ ପ୍ରାର୍ଥୀ କିଏ ହେବ ତାକୁ ନେଇ ସସପେନ୍ସ ଜାରି ରହିଥିଲା। ଅଶ୍ୱିନୀ ବୈଷ୍ଣବଙ୍କୁ  ରାଜ୍ୟସଭା ପ୍ରାର୍ଥୀ କରାଯିବ ବୋଲି ଚର୍ଚ୍ଚା ହେଉଥିଲା। ଆଜି ସେହି ଚର୍ଚ୍ଚାର ଅନ୍ତ ଘଟିଛି। ଅଶ୍ୱିନୀ ବୈଷ୍ଣବ ପୁଣି ଥରେ ଓଡ଼ିଶାରୁ ରାଜ୍ୟସଭା ପ୍ରାର୍ଥୀ ହୋଇଛନ୍ତି।