Odia News Portal

ଅସହ୍ୟ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଏପ୍ରିଲ ୨୫ରୁ ସ୍କୁଲରେ ଖରା ଛୁଟି ଘୋଷଣା କଲେ ରାଜ୍ୟ ସରକାର 

ଏପ୍ରିଲ ୨୫ରୁ ସବୁ ସ୍କୁଲ ଛୁଟି । ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟର ସବୁ ଘରୋଇ ଓ ସରକାରୀ ସ୍କୁଲ ପାଇଁ ଏପ୍ରିଲ ୨୫ରୁ ଖରା ଛୁଟି ଘୋଷଣା କଲେ ସରକାର । ଏହାସହ ୨୨ରୁ ୨୪ଯାଏଁ ସବୁ ସ୍କୁଲ ସକାଳୁଆ ହେବ । ଏହି ସମୟରେ ସକାଳ ୬ଟା ୩୦ରୁ ୧୦ଟା ୩୦ ଯାଏଁ ପାଠ ପଢା ହେବ ।

ଏହା ପୂର୍ବରୁ ମଧ୍ୟ ପ୍ରବଳ ଖରା ଯୋଗୁଁ ସମସ୍ତ ସ୍କୁଲ ପାଇଁ ଏପ୍ରିଲ ୧୮ରୁ ୨୦ ଯାଏଁ ଛୁଟିି ଘୋଷଣା କରିଥିଲେ ।

ଏହି ସମୟରେ ପିଲାଙ୍କର ଅନଲାଇନ୍ ପଢା ଉପରେ ଗୁରୁତ୍ୱ ଦିଆଯାଇଥିଲା । କିନ୍ତୁ ଏବେ ରାଜ୍ୟରେ ଖରାର ପ୍ରକୋପ ବଢୁଥିବାରୁ ସମସ୍ତ ସ୍କୁଲ ପାଇଁ ଖରା ଛୁଟି ଘୋଷଣା କରିଛନ୍ତି ସରକାର ।