Odia News Portal

ଆଇପିଏସ୍ ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର

ଆଇପିଏସ୍‌ ଓ ଓପିଏସ୍‌ ସ୍ତରରେ ଅଦଳବଦଳ ହୋଇଛି। ଏନେଇ ରାଜ୍ୟ ସରକାରଙ୍କ ତରଫରୁ ସୂଚନା ଦିଆଯାଇଛି। ବୌଦ୍ଧ ଓ ଦେବଗଡ଼ ଜିଲ୍ଲା ଏସ୍‌ପିଙ୍କୁ ବଦଳି ହୋଇଛି। ପ୍ରହ୍ଲାଦ ସହାଇ ମୀନାଙ୍କୁ ବୌଦ୍ଧର ନୂଆ ଏସ୍‌ପି ଭାବେ ନିଯୁକ୍ତି ମିଳିଛି। କ୍ରାଇମ୍ ଡିସିପି ପ୍ରମୋଦ ରଥଙ୍କୁ ଦେବଗଡ଼ ଏସ୍‌ପି ଭାବେ ଦାୟିତ୍ବ ମିଳିଛି। ସେହିପରି ଚିତ୍ତ ରଞ୍ଜନ ସାମନ୍ତ ହେଲେ କମ୍ପ୍ୟୁଟର ଏସ୍‌ପି (ଭୁବନେଶ୍ବର)। ପଦୋନ୍ନତି ମିଳିବା ପରେ ସୁଦାମ ସାହୁଙ୍କୁ କଟକ-ଭୁବନେଶ୍ୱର କ୍ରାଇମ ଡିସିପି ଭାବେ ନିଯୁକ୍ତି ମିଳିଛି। ସୟଦ ମୁଜିବୁର ରେହମାନଙ୍କୁ ସିଗନାଲ ଏସ୍‌ପି ଦାୟିତ୍ବ ମିଳିଛି।

ସେହିପରି କିଶୋର କୁମାର ପାଣିଗ୍ରାହୀଙ୍କୁ ଏସଟିଏଫ ଏସପି, ଜ୍ଞାନରଞ୍ଜନ ମହାପାତ୍ରଙ୍କୁ ସ୍ପେଶାଲ ବ୍ରାଞ୍ଚ ଏସପି ଭାବେ ଦାୟିତ୍ୱ ମିଳିଛି । ସୂଚନା ଯୋଗ୍ୟ ଯେ, ଗତ ଏପ୍ରିଲ ମାସରେ ରାଜ୍ୟରେ ଆଇପିଏସ୍ ସ୍ତରରେ ଅଦଳବଦଳ କରାଯାଇଥିଲା । ସେ ସମୟରେ କଟକ ଓ ଭୁବନେଶ୍ୱରରେ ନୂଆ ଡିସିପିଙ୍କୁ ଦାୟିତ୍ୱ ଦିଆଯାଇଥିଲା । ଏହାଛଡ଼ା ଏପ୍ରିଲ ମାସରେ ରାଜ୍ୟର ୯ଟି ଜିଲ୍ଲାର ଏସପିଙ୍କ ସମେତ ୧୨ ଜଣ ଆଇପିଏସ ଅଧିକାରୀଙ୍କୁ ମଧ୍ୟ ପରିବର୍ତ୍ତନ କରାଯାଇଥିଲା ।