Odia News Portal

ଆଉ ନିର୍ବାଚନ ଲଢ଼ିବେନି ସୁର

ଶେଷ ଦିନରେ ବିଧାନସଭାକୁ ସାଷ୍ଟାଙ୍ଗ ପ୍ରଣିପାତ କଲେ କଂଗ୍ରେସ ବିଧାୟକ ସୁରେଶ ରାଉତରାୟ। ସବୁବେଳେ ନିଜର କୌତୁହଳପୂର୍ଣ୍ଣ ବୟାନ ପାଇଁ ସଭିଙ୍କ ପସନ୍ଦରେ ଥାନ୍ତି ଜଟଣୀ ବିଧାୟକ। ସମୟ ସମୟରେ କିଛି ନ କିଛି କାର୍ଯ୍ୟ କରିଥାନ୍ତି ଯାହା ଚର୍ଚ୍ଚାର ପରିସରକୁ ଆଣିଥାଏ। ବର୍ତ୍ତମାନ ବଜେଟ୍ ଅଧିବେଶନର ଶେଷ ଦିନରେ ସେ ଭାବବିହ୍ୱଳ ହୋଇ ବିଧାନସଭାକୁ ମୁଣ୍ଡିଆ ମାରିଛନ୍ତି। ଗୃହରୁ ବାହାରିବା ବେଳେ ସେ କହିଛନ୍ତି, ଏହା ତାଙ୍କର ଶେଷ ବିଧାନସଭା । ସେ ଆଗକୁ ନିର୍ବାଚନ ଲଢ଼ିବେ ନାହିଁ ବୋଲି ନିଷ୍ପତି ନେଇସାରିଛନ୍ତି । ନିଜେ ନ ଲଢିଲେ ମଧ୍ୟ ଲୋକଙ୍କ ପାଇଁ କାମ କରୁଥିଲି କରିବି ବୋଲି କହିଛନ୍ତି ସୁର । ଜୀବନର ଶେଷ ନିଶ୍ୱାସ ପର୍ଯ୍ୟନ୍ତ କଂଗ୍ରେସରେ ରହିଥିଲି ଏବଂ ରହିବି । ବିଧାନସଭାକୁ ଆସିବିନି ଏଥିପାଇଁ ଦୁଃଖ ଲାଗୁଛି ।