ଆଗାମୀ ୬ ଦିନ ପାଇଁ ପାଣିପାଗ ସ୍ଥିତି ପୂର୍ବାନୁମାନ କରି ପ୍ରେସ୍ ରିଲିଜ୍ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ମଧ୍ୟାହ୍ନ/ସନ୍ଧ୍ୟା ସମୟରେ ରାଜ୍ୟର ଅନେକ ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ କାଳବୈଶାଖୀର ସମ୍ଭାବନା ରହିଛି । ତେଣୁ ବିଭିନ୍ନ ଜିଲ୍ଲାକୁ ରେଡ୍, ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି କରି ଏହି ସମୟରେ ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର ।
ଆସନ୍ତାକାଲି ଅର୍ଥାତ୍ ଜୁଲାଇ ୭ ତାରିଖ ପାଇଁ କିଛି ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରି ସତର୍କ କରିଛି ପାଣିପାଗ କେନ୍ଦ୍ର । ଏହି ଜିଲ୍ଲା ଗୁଡ଼ିକ ହେଉଛି-: ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଓ ସମ୍ବଲପୁର । ଏହିସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଗୋଟିଏ କିମ୍ବା ୨ଟି ସ୍ଥାନରେ ଘଡ଼ଘଡ଼ି ସହ ଅତ୍ୟନ୍ତ ପ୍ରବଳ ବର୍ଷା ଏବଂ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି । ସେହିପରି ଝାରସୁଗୁଡ଼ା, ବରଗଡ଼, ବଲାଙ୍ଗୀର, ସୋନପୁର, ବୌଦ୍ଧ, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ବାଲେଶ୍ବର, ଭଦ୍ରକ, କନ୍ଧମାଳ ଓ କଳାହାଣ୍ଡି ଭଳି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ବଜ୍ରପାତ ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି । ଏପଟେ କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ନୟାଗଡ଼, ନୂଆପଡ଼ା, ରାୟଗଡ଼ା, କୋରାପୁଟ, ନବରଙ୍ଗପୁର ଓ ମାଲକାନଗିରି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲାର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା ଓ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
ଜୁଲାଇ ୮ ତାରିଖ ପାଇଁ ମଧ୍ୟ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । କେନ୍ଦୁଝର, ଅନୁଗୁଳ, ଦେବଗଡ଼, ସମ୍ବଲପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼ ଓ ନୂଆପଡ଼ା ଭଳି ଜିଲ୍ଲା ଗୁଡ଼ିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରି ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଓ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସେହିପରି ବଲାଙ୍ଗୀର, ସୋନପୁର, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ନୟାଗଡ଼, କଟକ, ଢେଙ୍କାନାଳ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ଦେବଗଡ଼ ଓ ମୟୂରଭଞ୍ଜ ଭଳି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲାର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା ଏବଂ ଝଟକା ପବନର ବେଗ ୩୦-୪୦ କି.ମି ଘଣ୍ଟାପ୍ରତି ହେବାର ସମ୍ଭାବନା ରହିଛି ।
ସେହିପରି ଜୁଲାଇ ୯ ଓ ୧୦ ତାରିଖରେ ଅନେକ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର, ସୋନପୁର, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର ଭଳି ଜିଲ୍ଲାର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ଏପଟେ ଜୁଲାଇ ୧୧ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର ଏବଂ ସୁନ୍ଦରଗଡ଼ ଭଳି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲାର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି ।
ଜୁଲାଇ ୧୨ ଓ ୧୩ ତାରିଖରେ ମଧ୍ୟ କିଛି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼ ଓ ଝାରସୁଗୁଡ଼ା ଭଳି ଜିଲ୍ଲାର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷାର ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସେହିପରି ଜୁଲାଇ ୧୩ରୁ ଜୁଲାଇ ୧୭ ତାରିଖ ଯାଏଁ ପାଗରେ କୌଣସି ବଡ଼ ପରିବର୍ତ୍ତନ ନହୋଇପାରେ ବୋଲି ଆକଳନ କରାଯାଇଛି ।