Odia News Portal

ଆଜିଠାରୁ କୁଆପଥର ସହ ଝଡ଼ବର୍ଷା ସମ୍ଭାବନା, ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ରହିପାରେ ପବନ

ପଶ୍ଚିମା ଝଡ଼ର ପ୍ରଭାବ । ଆଜିଠାରୁ କୁଆପଥର ସହ ଝଡ଼ବର୍ଷା ସମ୍ଭାବନା । ବିଶେଷକରି ଉପକୂଳ ଓଡ଼ିଶାରେ ପବନର ବେଗ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ରହିପାରେ । ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବ । କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ବାଲେଶ୍ୱର, ଭଦ୍ରକ, ଅନୁଗୁଳ, ଢେଙ୍କାନାଳ, ରାୟଗଡ଼ା, କନ୍ଧମାଳ, ଗଞ୍ଜାମ, ଗଜପତି, ନୟାଗଡ଼ ଓ ଖୋର୍ଦ୍ଧା ଜିଲ୍ଲାରେ ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବ ।

ଏହାସହ ବିଜୁଳି ଘଡ଼ଘଡ଼ି ସହ ଝଡ଼ବର୍ଷା ହେବ । କିଛି ସ୍ଥାନରେ କୁଆପଥର ବର୍ଷା ହେବ । ମୟୂରଭଞ୍ଜ, ବାଲେଶ୍ୱର, ଗଞ୍ଜାମ ଓ ଗଜପତି ଜିଲ୍ଲାରେ କିଛି ଅଞ୍ଚଳରେ କୁଆପଥର ବର୍ଷା ସମ୍ଭାବନା ରହିଛି । ଏସବୁ ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି ।