Odia News Portal

 ଆଜିଠୁ ଆରମ୍ଭ ହେବ ନାମାଙ୍କନ ଦାଖଲ ପ୍ରକ୍ରିୟା

ଦେଶର ଚତୁର୍ଥ ଏବଂ ରାଜ୍ୟର ପ୍ରଥମ ପର୍ୟ୍ୟାୟ ନିର୍ବାଚନ ପାଇଁ ଆଜି ପ୍ରକାଶ ପାଇଛି ବିଜ୍ଞପ୍ତି। ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ୟ୍ୟାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥିସହ ଆଜିଠୁ ଆରମ୍ଭ ହେବ ନାମାଙ୍କନ ଦାଖଲ ପ୍ରକ୍ରିୟା।ପ୍ରାର୍ଥୀମାନେ ଏପ୍ରିଲ ୨୫ ତାରିଖ ପର୍ୟ୍ୟନ୍ତ ନାମାଙ୍କନ ପତ୍ର ଦାଖଲ କରିବେ। ଏପ୍ରିଲ ୨୬ ତାରିଖରେ ନାମାଙ୍କନ ପତ୍ର ଯାଞ୍ଚ ଓ ଏପ୍ରିଲ ୨୯ ପ୍ରାର୍ଥୀ ପତ୍ର ପ୍ରତ୍ୟାହାରର ଶେଷ ତାରିଖ ରହିଛି। ମେ ୧୩ ତାରିଖରେ ଓଡ଼ିଶାରେ ହେବ ପ୍ରଥମ ପର୍ୟ୍ୟାୟ ଭୋଟ୍।କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ବ୍ରହ୍ମପୁର ସଂସଦୀୟ କ୍ଷେତ୍ରର ୨୮ଟି ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ଭୋଟ୍ ଗ୍ରହଣ ହେବ। କେଉଁଠି କେଉଁ ସମୟରେ ଭେଟ ଗ୍ରହଣ ହେବ ସେନେଇ ମଧ୍ୟ ବିଜ୍ଞପ୍ତିରେ ଦର୍ଶାଯାଇଛି । ସୂଚନାଯୋଗ୍ୟ, ଦେଶରେ ପ୍ରଥମ ପର୍ୟ୍ୟାୟ ନିର୍ବାଚନ ପାଇଁ ଆସନ୍ତାକାଲି ପଡ଼ିବ ଭୋଟ୍। ପ୍ରଥମ ପର୍ୟ୍ୟାୟରେ ୧୭ ରାଜ୍ୟ ଓ ୪ କେନ୍ଦ୍ରଶାସିତ ଅଞ୍ଚଳର ମୋଟ୍ ୧୦୨ ସିଟ୍ ପାଇଁ ଭୋଟିଂ ହେବ।