Odia News Portal

ଆଜିଠୁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ଲଘୁଚାପ ସୃଷ୍ଟି ହେବା ଫଳରେ ଆଜିଠାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। ଆସନ୍ତା ୧୧ ତାରିଖ ଯାଏ ଏଭଳି ସ୍ଥିତି ଲାଗି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଆଜିଠାରୁ ସମୁଦ୍ର ଅଶାନ୍ତ ରହିବ। ଏଣୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ଯିବା ଲାଗି ବାରଣ କରାଯାଇଛି। ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା ଥିବାରୁ ଆଜି ୧୧ ଜିଲ୍ଲାକୁ ଅରେଞ୍ଜ ୱର୍ଣ୍ଣିଂ ଦିଆଯାଇଛି। ଅତି ପ୍ରବଳ ବର୍ଷା ପ୍ରଭାବରେ ପାହାଡିଆ ଅଞ୍ଚଳରେ ଭୂସ୍ଖଳନ ସମ୍ଭାବନା ରହିଛି। ଏହି ସମୟରେ ତଳୁଆ ଅଞ୍ଚଳ, ଅଣ୍ଡର-ପାସ ରୋଡରେ ପାଣି ଜମିବା ସହ , କଚ୍ଚା-ରାସ୍ତା ଓ କଚ୍ଚା ଘର ପ୍ରଭାବିତ ହେବାର ସମ୍ଭାବନା ରହିଛି।

ଠିକ୍ ସେହିପରି ତଳୁଆ ଚାଷଜମିରୁ ବର୍ଷା ଜଳ ନିଷ୍କାସନ ପାଇଁ ଚାଷୀମାନଙ୍କୁ ପରାମର୍ଶ ଦିଆଯାଇଛି। ପ୍ରବଳ ବର୍ଷା ସମୟରେ ଦୃଶ୍ୟମାନ ଦୂରତା କମିଯାଉଥିବାରୁ, ଯାତାୟାତରୁ ବିରତ ରହିବାକୁ ବି କୁହାଯାଇଛି।