Odia News Portal

ଆଜି ଉଦଘାଟିତ ହେବ ଦ୍ବିତୀୟ ପର୍ଯ୍ୟାୟ ‘ଆମ ବ୍ୟାଙ୍କ’ ଯୋଜନା 

 ହାତ ପାହାନ୍ତାରେ ପହଞ୍ଚିଲା ବ୍ୟାଙ୍କ ସୁବିଧା  । ବ୍ୟାଙ୍କ ନଥିବା ପଞ୍ଚାୟତରେ ‘ଆମ ବ୍ୟାଙ୍କ’ ଯୋଜନା  ।  ରାଜ୍ଯରେ ଦ୍ବିତୀୟ ପର୍ଯ୍ୟାୟରେ ଆଜି ୨ହଜାର ସିଏସପି ପ୍ଲସ ଶାଖାର ଉଦଘାଟନ କରିବେ ମୁଖ୍ଯମନ୍ତ୍ରୀ ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକ । ଅପରାହ୍ନରେ ଲୋକସେବା ଭବନରେ ମୁଖ୍ଯମନ୍ତ୍ରୀ ସେବାର ଶୁଭାରମ୍ଭ କରିବେ । ରାଜ୍ଯ ସରକାରଙ୍କ ଏହି ଯୋଜନାରେ ୬ଟି ରାଷ୍ଟ୍ରାୟତ ବ୍ୟାଙ୍କ ଯୋଡି ହୋଇଛନ୍ତି । ଆମ ବ୍ୟାଙ୍କ ଗୁଡିକ ଲୋକଙ୍କୁ ୧୫ ପ୍ରକାର ବ୍ୟାଙ୍କ ସେବା ଯୋଗାଇ ଦେବେ । ରାଜ୍ୟର ସମୁଦାୟ ୬୭୯୮ ଗ୍ରାମ ପଞ୍ଚାୟତ ମଧ୍ୟରୁ ପ୍ରାୟ ୪୩୭୩ଟି ଗ୍ରାମ ପଞ୍ଚାୟତରେ ବ୍ୟାଙ୍କ ସୁବିଧା ନାହିଁ ।

ଲୋକଙ୍କ ଆର୍ଥିକ ସଶକ୍ତିକରଣ ପାଇଁ ବ୍ୟାଙ୍କ ସୁବିଧା ଏକ ଜରୁରୀ ଆବଶ୍ୟକତା ହୋଇଥିବାରୁ, ମୁଖ୍ୟମନ୍ତ୍ରୀ ବ୍ୟାଙ୍କ ମାନଙ୍କୁ ସମସ୍ତ ସୁବିଧା ପ୍ରଦାନ ବ୍ୟାଙ୍କ ନ ଥିବା ପଞ୍ଚାୟତରେ ଯୋଜନା ଆରମ୍ଭ କରିଛନ୍ତି । ଆମ ବ୍ୟାଙ୍କ ଲୋକଙ୍କ ଅର୍ଥନୈତିକ ସଶକ୍ତିକରଣ ଦିଗରେ ଆଉ ଏକ ମାଇଲଷ୍ଟୋନ ସାଜିଛି  । ଆମ ବ୍ୟାଙ୍କ ମଡେଲ ସାରା ଦେଶରେ ପ୍ରଥମ ।  ରାଜ୍ୟ ସରକାରଙ୍କ 5T ଉପକ୍ରମରେ ଏହା ଆରମ୍ଭ କରାଯାଇଛି । ଏଥିପାଇଁ ରାଜ୍ୟ ସରକାର ୫୦୦ କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି  । ଯୋଜନାରେ ବରିଷ୍ଠ ନାଗରିକ, ଗର୍ଭବତୀ ମହିଳା ଓ ଭିନ୍ନକ୍ଷମନଙ୍କୁ ଘରେ ହିଁ ବ୍ୟାଙ୍କ ସେବା ଯୋଗାଇ ଦିଆଯାଉଛି ।