Odia News Portal

ଆଜି ଶ୍ରୀଜୀଉଙ୍କ ବନକଲାଗି ନୀତି, ସନ୍ଧ୍ୟା ୭ରୁ ରାତି ୧୦ଟା ୩୦ ପର୍ଯ୍ୟନ୍ତ ବନ୍ଦ ରହିବ ଦର୍ଶନ

ଆଜି ଶ୍ରୀଜୀଉଙ୍କ ବନକଲାଗି ନୀତି । ଦ୍ବିତୀୟ ଭୋଗମଣ୍ଡପ ଶେଷ ହେବା ପରେ ସାଢେ ୩ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ। ସନ୍ଧ୍ୟା ୭ଟାରୁ ରାତି ୧୦ଟା ୩୦ ପର୍ଯ୍ୟନ୍ତ ବନ୍ଦ ରହିବ ସାଧାରଣ ଦର୍ଶନ। ଦ୍ବିପହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି ।

ଏହି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ। ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ।

ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯିବ । ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଯୋଗାଇ ଦିଆଯାଇ ଥିବା ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । ବନକ ଲାଗି ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଶ୍ରଦ୍ଧାଳୁମାନେ ଏହି ସମୟରେ ଦର୍ଶନରୁ ବଞ୍ଚିତ ରହିବେ । ବନକ ଲାଗି ନୀତି ସରିବା ପରେ ଶ୍ରୀଜୀଉଙ୍କ ଦର୍ଶନ କରିପାରିବେ ଶ୍ରଦ୍ଧାଳୁ ।