Odia News Portal

ଆଜି ୧୨ ଘଣ୍ଟିଆ କେନ୍ଦୁଝର ବନ୍ଦ, ରାସ୍ତାର ଉଭୟ ପାର୍ଶ୍ବରେ ଅଟକି ରହିଛି ଗାଡ଼ି ମୋଟର

ଆଜି ୧୨ ଘଣ୍ଟିଆ କେନ୍ଦୁଝର ଜିଲ୍ଲା ବନ୍ଦ । ବିଶ୍ବ ହିନ୍ଦୁ ପରିଷଦ ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି । ସଦର ଥାନା ଅଞ୍ଚଳରେ ଭିନ୍ନକ୍ଷମ ନାବାଳିକାଙ୍କୁ ଦୁଷ୍କର୍ମ ପ୍ରତିବାଦରେ ବନ୍ଦ ପାଳନ କରାଯାଉଛି । ବନ୍ଦ ଯୋଗୁଁ ଗାଡି ମୋଟର ଚଳାଚଳ ଠପ୍ ହୋଇଯିବା ସହ ଦୋକାନ ବଜାର ବନ୍ଦ ରହିଛି । ରାସ୍ତାର ଉଭୟ ପାର୍ଶ୍ବରେ ଅଟକି ରହିଛି ଗାଡ଼ି ମୋଟର । ତେବେ ଅତ୍ୟାବଶ୍ୟକ ସେବାକୁ ବନ୍ଦରୁ ବାଦ ଦିଆଯାଇଛି । ୧୫ ତାରିଖରେ ବାଂଶପାଳ ବ୍ଲକ ସଦର ଥାନା ଅଞ୍ଚଳରେ ଜଣେ ଦିବ୍ୟାଙ୍ଗ ନାବାଳିକା ଦୁଷ୍କର୍ମର ଶିକାର ହୋଇଥିଲେ । ଏବେ ପୀଡ଼ିତା ଜଣକ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଛନ୍ତି। ଏହି ମାମଲାରେ ଜଣେ ବଙ୍ଗାଳୀ ଅନୁପ୍ରବେଶକାରୀ ଗିରଫ ହୋଇଛନ୍ତି। ବଙ୍ଗାଳୀ ଅନୁପ୍ରବେଶକାରୀ ଜିଲ୍ଲାରେ ବିଭିନ୍ନ ଅପରାଧିକ ମାମଲାରେ ଜଡିତ ହେବା ସହ, ବ୍ରାଉନ ସୁଗଜହର ଆଦି ମାଦକ ଦ୍ରବ୍ୟ ଜରିଆରେ ଯୁବପିଢ଼ିଙ୍କୁ ବିପଥଗାମୀ କରାଯାଉଥିବା ବିଶ୍ବହିନ୍ଦୁ ପରିଷଦ ପକ୍ଷରୁ ଅଭିଯୋଗ କରାଯାଇଛି ।