Odia News Portal

ଆସିଲା ପିପିଲି ଉପନିର୍ବାଚନ ଲାଗି ବିଜେଡିର ଷ୍ଟାର ପ୍ରଚାରକ ତାଲିକା, ଜାଣନ୍ତୁ କାହାକୁ ମିଳିଲା ସ୍ଥାନ

ଭୁବନେଶ୍ୱର : ପିପିଲି ଉପ-ନିର୍ବାଚନ ପାଇଁ ଆସିଲା ବିଜେଡିର ଷ୍ଟାର ପ୍ରଚାରକ ତାଲିକା । ପିପିଲି ଫାଇଟ ପାଇଁ ୨୦ ଜଣିଆ ଷ୍ଟାର ପ୍ରଚାର ତାଲିକା ଘୋଷଣା କରିଛି ବିଜେଡି । ନବୀନଙ୍କ ନେତୃତ୍ୱରେ ପିପିଲି ପ୍ରଚାର ମୈଦାନକୁ ଓହ୍ଲାଇବ ବିଜେଡି । ନବୀନଙ୍କ ସମେତ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ମହେଶ୍ୱର ମହାନ୍ତି, ଦେବୀ ପ୍ରସାଦ ମିଶ୍ର, ପିନାକୀ ମିଶ୍ର, ପ୍ରତାପ କେଶରୀ ଦେବ, ଅତନୁ ସବ୍ୟସାଚୀ ନାୟକ, ପ୍ରମିଳା ମଲ୍ଲିକ, ସଞ୍ଜୟ ଦାସବର୍ମା, ସମୀର ରଞ୍ଜନ ଦାଶ, ସୁଶାନ୍ତ ସିଂ, ସ୍ନେହାଙ୍ଗିନୀ ଛୁରିଆ, ପ୍ରୀତିରଞ୍ଜନ ଘଡାଇ, ଉମାକାନ୍ତ ସାମନ୍ତରାୟ, ପ୍ରଣବ ବଳବନ୍ତରାୟ, ବେମ୍ୟୋକେଶ ରାୟ, ବିଭୂତି ବଳବନ୍ତରାୟ, ତୁଷାରକାନ୍ତି ବେହେରା, ଦେବୀ ରଞ୍ଜନ ତ୍ରିପାଠୀ ଓ ସୁଧୀର ରଞ୍ଜନ ସାମଲଙ୍କୁ ଷ୍ଟାର ପ୍ରଚାରକ ତାଲିକାରେ ସାମିଲ କରାଯାଇଛି ।