Odia News Portal

ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ବାସଭବନ ଘେରିବା ସହ ଅଣ୍ଡାମାଡ଼ କଲା ଛାତ୍ର କଂଗ୍ରେସ

ଛାତ୍ର ସଂସଦ ନିର୍ବାଚନ ବନ୍ଦକୁ ନେଇ ତାତିଲା କଂଗ୍ରେସ। ଉଚ୍ଚଶିକ୍ଷା ମନ୍ତ୍ରୀ ଅତନୁ ସବ୍ୟସାଚୀଙ୍କ ବାସଭବନ ଘେରିବା ସହ ଅଣ୍ଡାମାଡ଼ କଲା ଛାତ୍ର କଂଗ୍ରେସ। ଛାତ୍ର ସଂସଦ ନିର୍ବାଚନ କରିବା ଦାବିରେ ଛାତ୍ର କଂଗ୍ରେସ ଏହି ବିକ୍ଷୋଭ କରିଛି ।

ସୂଚନାଯୋଗ୍ୟ, ବାତ୍ୟା ତିତିଲି ପାଇଁ ୨୦୧୮ରେ ଅଧାରୁ ଛାତ୍ର ସଂସଦ ନିର୍ବାଚନ ବନ୍ଦ ହୋଇଥିଲା । ତା’ପରେ ନିର୍ବାଚନ ଯୋଗୁ କ୍ୟାମ୍ପସରେ ଅଶାନ୍ତି ସୃଷ୍ଟି ହେଉଥିବା ନେଇ ୨୦୧୯ରେ ବିଶ୍ୱ ବିଦ୍ୟାଳୟ କୁଳପତି, ସରକାରୀ ଡିଗ୍ରି କଲେଜ, ଅନୁଦାନପ୍ରାପ୍ତ ବେସରକାରୀ କଲେଜ ଅଧ୍ୟକ୍ଷମାନେ ଛାତ୍ର ସଂସଦ ନିର୍ବାଚନ ନକରିବାକୁ ସ୍ଥିର ହୋଇଥିଲା ।