Odia News Portal

ଏଏସଓ ମେରିଟ ଲିଷ୍ଟ ଖାରଜ

ହାଇକୋର୍ଟରେ ଏଏସଓ ନିଯୁକ୍ତି ଅନିୟମିତତା ମାମଲାରେ ଏକ ବଡ଼ ଖବର ସାମନାକୁ ଆସିଛି । ତାହା ହେଲା ଓପିଏସସିର ମେରିଟ ଲିଷ୍ଟକୁ ହାଇକୋର୍ଟ ଖାରଜ କରିଦେଇଛନ୍ତି । ଏଥିସହ ଆସନ୍ତା ୨ ମାସ ମଧ୍ୟରେ ସାନି ମେରିଟ ଲିଷ୍ଟ ପକାଶ କରିବାକୁ ହାଇକୋର୍ଟ ନିର୍ଦ୍ଧେଶ ଦେଇଛନ୍ତି । ଲିଖିତ ପରୀକ୍ଷାର ମୋଟ ମାର୍କ ଆଧାରରେ ସାନି ମେରିଟ ଲିଷ୍ଟ ପକାଶ କରିବାକୁ ହାଇକୋର୍ଟ ନିର୍ଦ୍ଧେଶ ଦେଇଛନ୍ତି । ପ୍ରକାଶ ଯେ ୭୯୬ଟି ଏଏସଓ ପଦବୀ ପାଇଁ ଗତବର୍ଷ ଅଗଷ୍ଟ ମାସରେ ପରୀକ୍ଷା ହୋଇଥିଲା ।