Odia News Portal

ଏଫଏମ କଲେଜ ଛାତ୍ରୀ ମୃତ୍ୟୁ: ହାଜର ହେବେ ଆଇସିସି ସଦସ୍ୟ

ଏଫଏମ କଲେଜ ଛାତ୍ରୀ ଆତ୍ମାହୂତି ଘଟଣାର ତଦନ୍ତ ପାଇଁ ଆଜି ବାଲେଶ୍ୱର ଗସ୍ତରେ ଉଚ୍ଚଶିକ୍ଷା ବିଭାଗର ଉଚ୍ଚ ସ୍ତରୀୟ କମିଟି ଯାଉଛି  ।  ଜୁଲାଇ ୧୮ ଓ ୧୯ ତାରିଖ, ଦୁଇଦିନ ଉଚ୍ଚ ସ୍ତରୀୟ କମିଟି ଆଗରେ ଉପସ୍ଥିତ ରହିବା ପାଇଁ ଫକୀର ମୋହନ କଲେଜ ଆଭ୍ୟନ୍ତରୀଣ ଅଭିଯୋଗ କମିଟିର ସଦସ୍ୟମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।  ଆଭ୍ୟନ୍ତରୀଣ ଅଭିଯୋଗ କମିଟିର ସଦସ୍ୟଙ୍କୁ ଉଚ୍ଚସ୍ତରୀୟ ତଦନ୍ତ କମିଟି ଆଲୋଚନା ଓ ପଚରାଉଚରା କରିପାରେ  ।  ଜୁଲାଇ ୧୩ ତାରିଖରେ ଉଚ୍ଚ ସ୍ତରୀୟ କମିଟି ପ୍ରାଥମିକ ତଦନ୍ତ କରି ଅନ୍ତରୀଣ ରିପୋର୍ଟ ଦାଖଲ କରିଥିଲେ । ତେବେ ଅନ୍ତରୀଣ ରିପୋର୍ଟକୁ ନେଇ ମୃତ ଛାତ୍ରୀଙ୍କ ବାପା ପ୍ରଶ୍ନ ଉଠାଇଥିଲେ ।