Odia News Portal

ଏହି ୭ ଜିଲ୍ଲାକୁ ରହିଛି ବାତ୍ୟା ଭୟ

ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଗଞ୍ଜାମ । ଏହି ୭ ଜିଲ୍ଲାକୁ ରହିଛି ବାତ୍ୟା ଭୟ। ଦକ୍ଷିଣ ପୂର୍ବ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଦକ୍ଷିଣ ଅଣ୍ଡାମାନ ସାଗର ନିକଟରେ ରହିଥିବା ଲଘୁଚାପ କ୍ଷେତ୍ର ସୁଦୃଶ ଲଘୁଚାପରେ ପରିଣତ ହୋଇଛି। ଏହା ଆଜି ଅବପାତର ରୂପ ନେବ ।

କ୍ରମଶଃ ଉତ୍ତର ପଶ୍ଚିମ ଦିଗରେ ଗତି କରିବା ସମ୍ଭାବନା ରହିଛି । ଆସନ୍ତା ୪୮ଘଣ୍ଟାରେ ଏହା ବାତ୍ୟା ହୋଇପାରେ। ପ୍ରଭାବରେ ୨ତାରିଖରୁ ଦକ୍ଷିଣ ଓଡ଼ିଶାର କିଛି ଅଞ୍ଚଳରେ ସ୍ଵଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଏହି ସମୟରେ ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି । ଆସନ୍ତକାଲିଠୁ ଗଭୀର ସମୁଦ୍ରକୁ ଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି। ବାତ୍ୟା ରୂପ ନେବା ପରେ ଗତିପଥ ନେଇ ସ୍ପଷ୍ଟ ଚିତ୍ର ଆସିବ। ଫସଲ ସୁରକ୍ଷିତ ରଖିବା ନେଇ ଓୟୁଏଟି ଓ କୃଷି ନିର୍ଦ୍ଦେଶାଳୟ ପକ୍ଷରୁ ମାର୍ଗଦର୍ଶିକା ଜାରି କରାଯାଇଛି।