Odia News Portal

ଓସିଏର ନୂଆ ସଭାପତି ଭାବେ ଦାୟିତ୍ୱ ନେଲେ ବିଧାୟକ ପ୍ରଣବ ପ୍ରକାଶ ଦାସ

ବିଜେଡି ସାଂଗଠନିକ ସଂପାଦକ ତଥା ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାସ ଆଜି ଓସିଏର ନୂଆ ସଭାପତି ଭାବେ ଦାୟିତ୍ୱ ନେଇଛନ୍ତି । ଓସିଏର ୧୧ତମ ସଭାପତି ଭାବେ ଦାୟିତ୍ୱ ନେଇଛନ୍ତି ବିଧାୟକ ପ୍ରଣବ ପ୍ରକାଶ ଦାସ। ସଭାପତି ଭାବେ ନିର୍ଦ୍ୱନ୍ଦରେ ନିର୍ବାଚିତ ହୋଇଥିବା ପ୍ରଣବଙ୍କ ନେତୃତ୍ୱରେ ରାଜ୍ୟର ଏହି ସର୍ବୋଚ୍ଚ କ୍ରିକେଟ ସଂଘ ଏକ ନୂତନ ସୂର୍ଯ୍ୟୋଦୟ ଦେଖିବ ବୋଲି ଆଶା ରହିଛି। ଓଡିଶା କ୍ରିକେଟ ଆସୋସିଏସନ (ଓସିଏ)ର କର୍ମକର୍ତ୍ତା ନିର୍ବାଚନରେ ସମସ୍ତ ୬ ପଦବୀ ପାଇଁ ପ୍ରାର୍ଥୀ ନିର୍ଦ୍ବନ୍ଦ୍ବରେ ନିର୍ବାଚିତ ହୋଇଛନ୍ତି । କୌଣସି ପଦ ପାଇଁ କେହି ପ୍ରତିପକ୍ଷ ପ୍ରାର୍ଥୀ ନଥିବାରୁ ସମସ୍ତେ ନିର୍ଦ୍ୱନ୍ଦରେ ନିର୍ବାଚିତ ହୋଇଛନ୍ତି । ଆଜି କେବଳ ଔପଚାରିକ ଭାବେ ଫଳାଫଳ ଘୋଷଣା କରାଯାଇଛି । ବିଧାୟକ ପ୍ରଣବ ପ୍ରକାଶ ଦାସ ଓସିଏର ନୂଆ ସଭାପତି ହୋଇଛନ୍ତି । ସେହପରି ସଞ୍ଜୟ ବେହେରା ଦ୍ୱିତୀୟ ଥର ଭାବରେ ଓସିଏର ସମ୍ପାଦକ ଭାବରେ ନିଜର ଗାଦି ଅଧିକୃତ କରିଛନ୍ତି।

ସଞ୍ଜୟ ବେହେରାଙ୍କ ପ୍ୟାନେଲର ୬ ଜଣ ସଦସ୍ୟ ପ୍ରାର୍ଥିପତ୍ର ଦାଖଲ କରିଥିଲେ । ଉପସଭାପତି ଭାବେ ପଙ୍କଜ ଲୋଚନ ମହାନ୍ତି, ସମ୍ପାଦକ ଭାବେ ସଂଜୟ ବେହେରା, କୋଷାଧକ୍ଷ ଭାବେ ବିକାଶ ପ୍ରଧାନ, ସହ ସମ୍ପାଦକ ଭାବେ ପ୍ରଭାତ ଭୋଳ ଓ ଆପେକ୍ସ କାଉନସିଲ ସଦସ୍ୟ ଭାବେ ପ୍ରତାପ ଚନ୍ଦ୍ର ପ୍ରଧାନ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି ।