Odia News Portal

କମଳା ଦାସଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ

ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ କମଳା ଦାସଙ୍କ ପରଲୋକ ଘଟିଛି। ତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି।

ସୋସିଆଲ ମିଡିଆ ‘ଏକ୍ସ’ରେ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି,ପୂର୍ବତନ ବିଧାୟିକା ତଥା ମନ୍ତ୍ରୀ ଡାଃ କମଳା ଦାସଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଜନସେବାରେ ତାଙ୍କର କାର୍ୟ୍ୟ ସର୍ବଦା ସ୍ମରଣୀୟ ରହିବ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଉଛି।

ସୂଚନାଯୋଗ୍ୟ, ପୂର୍ବତନ ମନ୍ତ୍ରୀ କମଳା ଦାସଙ୍କ କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ  ମୃତ୍ୟୁ ଘଟିଛି। ମୃତ୍ୟୁ ବେଳକୁ ତାଙ୍କ ୭୯ ବର୍ଷ ହୋଇଥିଲା। ଗତକାଲି ରାତି ୧୨ଟା ୧୫ ମିନିଟରେ ଚିକିତ୍ସାଧୀନ ଅବସ୍ଥାରେ କମଳା ଦାସଙ୍କର ପରଲୋକ ହୋଇଛି।

କମଳା ଦାସଙ୍କ ଫୁସଫୁସରେ ସଂକ୍ରମଣ ହୋଇଥିଲା। ସେ ପ୍ରଥମେ ରାଜଧାନୀର ଏକ ଘରୋଇ ହସପିଟାଲରେ ଚିକିତ୍ସାଧୀନ ଥିଲେ। ପରେ ତାଙ୍କୁ କଟକର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ରେଗତକାଲି ରାତି ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିବା ପରିବାର ଲୋକ ସୂଚନା ଦେଇଛନ୍ତି।