Odia News Portal

ଗତ ୨୪ ଘଣ୍ଟ ମଧ୍ୟରେ ରାଜ୍ୟରେ ୧୬୦ କରୋନା ଆକ୍ରନ୍ତ ଚିହ୍ନଟ

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୬୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୨୦ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୮୬ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୧ ଜଣ, ବାଲେଶ୍ବରରୁ ୧ ଜଣ, ବରଗଡ଼ରୁ ୨ ଜଣ, ଭଦ୍ରକରୁ ୨ ଜଣ, କଟକରୁ ୭ ଜଣ, ଦେବଗଡ଼ରୁ ୧ଜଣ, ଢେଙ୍କାନାଳରୁ ୧ ଜଣ, ଗଜପତିରୁ ୪ ଜଣ, ଗଞ୍ଜାମରୁ ୨ ଜଣ, ଜଗତସିଂହପୁରୁ ୧ ଜଣ, ଯାଜପୁରରୁ ୫ ଜଣ, ଝାରସୁଗୁଡ଼ାରୁ ୧ ଜଣ, କେନ୍ଦ୍ରାପଡ଼ାରୁ ୨ ଜଣ, ଖୋର୍ଦ୍ଧାରୁ ୮୬ ଜଣ, ମୟୂରଭଞ୍ଜରୁ ୫ ଜଣ, ନୟାଗଡ଼ରୁ ୧ ଜଣ, ପୁରୀରୁ ୧ ଜଣ, ରାୟଗଡ଼ାରୁ ୧ ଜଣ, ସମ୍ୱଲପୁରରୁ ୫ ଜଣ, ସୁନ୍ଦରଗଡ଼ରୁ ୧୦ ଜଣ ଓ ଷ୍ଟେଟ ପୁଲରୁ ୨୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ୟ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୫୧ ହଜାର ୫୭୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୪୧ ହଜାର ୧୩୨ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧ ହଜାର ୯୫୫ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।