ଗୋପାଳପୁର ବେଳାଭୂମିରେ ଯୁବତୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗ ମାମଲାରେ ୧୦ ଜଣଙ୍କୁ ବାନ୍ଧିଲା ପୁଲିସ । ୩ ଜଣ ଅଭିଯୁକ୍ତ ବାହାର ରାଜ୍ୟକୁ ପଳାଇବାକୁ ଚେଷ୍ଟା କରୁଥିବା ବେଳେ ପୁଲିସ ସେମାନଙ୍କୁ ଗିରଫ କରିଛି । ଗତକାଲି ଗୋପାଳପୁରରେ ଜଣେ ଯୁବତୀଙ୍କୁ ଗଣଦୁଷ୍କର୍ମ ନେଇ ଅଭିଯୋଗ ହୋଇଥିଲା । ଯୁବତୀ ଜଣକ ପୁରୁଷ ବନ୍ଧୁଙ୍କ ସହ ବୁଲିବାକୁ ଆସିଥିବା ବେଳେ ୧୦ଜଣ ଦୁର୍ବୃତ୍ତ ପ୍ରଥମେ ଘେରିଥିଲେ । ୩ ଜଣ ଯୁବକ ଦୁଷ୍କର୍ମ କରିଥିବା ବେଳେ ଅନ୍ୟ ମାନେ ସହଯୋଗ କରିଥିବା ଅଭିଯୋଗ ହୋଇଛି । ତେବେ ଗୋପାଳପୁର ପୁଲିସ ଏହି ମାମଲାରେ ପ୍ରଥମେ ୭ଜଣଙ୍କୁ ଅଟକ ରଖି ପଚରା ଉଚୁରା କରୁଥିଲା । ଅନ୍ୟ ଦୁଷ୍କର୍ମକାରୀ ଅଭିଯୁକ୍ତଙ୍କୁ ଆଜି ଗିରଫ କରିଛି ପୁଲିସ । ଅଭିଯୁକ୍ତମାନେ ହିଞ୍ଜିଳି ଅଂଚଳର ବୋଲି ଜଣାପଡିଛି । ପୁଲିସ ଅଧିକ ତଦନ୍ତ ଚଳାଇଛି । ରବିବାର ରଜ ସଂକ୍ରାନ୍ତିରେ ଏମାନେ ଗୋପାଳପୁର ବେଳାଭୂମି ବୁଲିବାକୁ ଯାଇଥିଲେ । କିନ୍ତୁ ସଂକ୍ରାନ୍ତି ଯୋଗୁଁ ବେଳାଭୂମିରେ ବେଶୀ ଭିଡ଼ ନଥିଲା । ଏହାର ସୁଯୋଗ ନେଇ ଅଭିୟୁକ୍ତ ସଂପୃକ୍ତ ଯୁବତୀଙ୍କୁ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି ।