Odia News Portal

ଜନ୍ମଦିନରେ ବିରାଟଙ୍କ ଶତକ

ନିଜର ଜନ୍ମଦିନରେ ଭାରତର କୋଟି କୋଟି କ୍ରିକେଟପ୍ରେମୀଙ୍କ ଏକ ସ୍ମରଣୀୟ ଶତକ ଉପହାର ଦେଇଛନ୍ତି ବିରାଟ କୋହଲି । ଏହା ସହିତ ମାଷ୍ଟର ବ୍ଲାଷ୍ଟର ସଚିନ ତେନ୍ଦୁଲକରଙ୍କ ୪୯ ଦିନିକିଆ ଶତକର ସମକକ୍ଷ ହୋଇଛନ୍ତି ବିରାଟ ।

ବିରାଟଙ୍କ ଏହି ଶତକ ବଳରେ କୋଲକାତାର ଐତିହାସିକ ଇଡେନ ଗାଡେନ୍ସରେ ଖେଳାଯାଉଥିବା ଆଇସିସି ବିଶ୍ବକପର ଏକ ମ୍ୟାଚରେ ଦକ୍ଷିଣ ଆଫ୍ରିକା ଆଗରେ ୩୨୭ ରନର ବିଜୟ ଲକ୍ଷ୍ୟ ରଖିଛି ଭାରତ ।

ଏହି ମ୍ୟାଚରେ ଭାରତ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା । ରୋହିତ ଶର୍ମା ୪୦ ରନ ଓ ଶୁଭମନ ଗିଲ୍ ୨୩ ରନ କରି ଆଉଟ ହେବା ପରେ ବିରାଟ କୋହଲି ଓ ଶ୍ରେୟସ ଆୟରଙ୍କ ମଧ୍ୟରେ ଏକ ଭଲ ପାର୍ଟନରସିପ୍ ଭାରତର ସ୍କୋରକୁ ଦ୍ରୁତ ଗତିରେ ଆଗେଇ ନେବାରେ ସହାୟକ ହୋଇଥିଲା। ଶ୍ରେୟସ ଆୟର ୭୭ ରନରେ ଆଉଟ ହେବା ପରେ କେଏଲ ରାହୁଲ ମାତ୍ର ୮ ରନରେ ଆଉଟ ହୋଇଥିଲେ । ତେବେ ବିରାଟ କୋହଲି ସୂର୍ଯ୍ୟକୁମାର ଯାଦବ ଓ ରବୀନ୍ଦ୍ର ଜାଦେଜାଙ୍କ ସହ ଉପଯୋଗୀ ପାର୍ଟନରସିପ କରି ଦଳୀୟ ସ୍କୋରକୁ ୫୦ ଓଭରରେ ୩୨୬ ରନରେ ପହଞ୍ଚାଇଥିଲେ ।