ଜୁନ୍ ୨୪ ପର୍ଯ୍ୟନ୍ତ ଓଡ଼ିଶାରେ ବର୍ଷା ଜାରି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୂମାନ କରାଯାଇଛି। ଗୁରୁବାର ଚାରିଟି ଜିଲ୍ଲାରେ ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରାଯାଇଛି।
ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ ଯୋଗୁ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଲଗାତାର ବର୍ଷାଯୋଗୁ ସାଧାରଣ ଜୀବନଯାତ୍ରା କିଛି ପରିମାଣରେ ପ୍ରଭାବିତ ହୋଇଛି।
ଗୁରୁବାର ଓଡ଼ିଶାର ୪ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ତେଣୁ ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼ ଏବଂ କେନ୍ଦୁଝର ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।
ସେହିପରି ଦେବଗଡ଼, ଅନୁଗୁଳ, ମୟୂରଭଞ୍ଜ, ବରଗଡ଼ ଏବଂ ସୁବର୍ଣ୍ଣପୁର ଜିଲ୍ଲା ପାଇଁ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ସଂଲଗ୍ନ ଅଞ୍ଚଳ ଉପରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ଉତ୍ତର-ପଶ୍ଚିମ ଦିଗରେ ଝାଡ଼ଖଣ୍ଡ ଆଡକୁ ଗତି କରିବାର ସମ୍ଭାବନା ଅଛି। ଏହାର ପ୍ରଭାବରେ, ଓଡ଼ିଶାରେ ୨୪ ଜୁନ୍ ପର୍ଯ୍ୟନ୍ତ ବର୍ଷା ଜାରି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।