ଓଡ଼ିଶା ରାଜ୍ୟ କ୍ୟାବିନେଟ୍ ଉଚ୍ଚଶିକ୍ଷାରେ ସଂରକ୍ଷଣ ବ୍ୟବସ୍ଥା ଲାଗି ଏକ ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି I ଏହି ଆରକ୍ଷଣ ନୀତି ଅନୁ ଅନୁସାରେ ସାମାଜିକ ଓ ଅର୍ଥନୈତିକ ଭାବେ ପଛୁଆ ବର୍ଗ (SEBC) ର ଛାତ୍ରଛାତ୍ରୀଙ୍କ ପାଇଁ ନାମ ଲେଖାରେ ୧୧.୨୫% ଆସନ ସଂରକ୍ଷ କ୍ଷଣ ଲାଗୁ କରାଯିବ। ଏହି ନୀତି ଚଳିତ ଶିକ୍ଷାବର୍ଷ ୨୦୨୫–୨୬ ରୁ ରାଜ୍ୟର ସରକାରୀ ବିଶ୍ବବିଦ୍ୟାଳୟ, ସରକାରୀ ଓ ଅନୁଦାନପ୍ରାପ୍ତ ଉଚ୍ଚଶିକ୍ଷାନୁଷ୍ଠାନ ମାନଙ୍କରେ ପ୍ରଚଳନ କରାଯିବ।
ଏହି ସଂରକ୍ଷଣ ବ୍ୟବସ୍ଥା ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ସ୍ନାତକ, ସ୍ନାତକୋତ୍ତର, ଶିକ୍ଷକ ଶିକ୍ଷା ଓ ଆଇନ ପାଠ୍ୟକ୍ରମ, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଉଚ୍ଚମାଧ୍ଯମିକ (+୨), ଶିକ୍ଷକ ଶିକ୍ଷା ଓ ବୃତ୍ତିମୂଳକ ପାଠ୍ୟକ୍ରମ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ପ୍ରଦର୍ଶନ କଳାରେ ସ୍ନାତକ ପାଠ୍ୟକ୍ର କ୍ରମ ଏବଂ ବଂ କ୍ରୀ କ୍ରୀଡା ଓ ଯୁବସେବା ବିଭାଗର ବି.ପି.ଏଡ୍/ଏମ.ପି.ଏଡ୍ ପାଠ୍ୟକ୍ରମରେ ଲାଗୁ କରାଯିବ ।
ଏହା ସହିତ ଏହି ଅନୁଷ୍ଠାନ ମାନଙ୍କରେ ଅନୁସୂଚିତ ଜନଜାତି ବର୍ଗର ଛାତ୍ରଛାତ୍ରୀ ମାନଙ୍କ ଲାଗି ୨୨.୫%, ଅନୁସୂଚିତ ଜାତି ବର୍ଗର ଛାତ୍ରଛାତ୍ରୀ ମାନଙ୍କ ଲାଗି ୧୬.୨୫%, ଦିବ୍ୟାଙ୍ଗ ଛାତ୍ରଛାତ୍ରୀ ଛାତ୍ରୀ ମାନଙ୍କ ଲାଗି ୫% ଓ ପୂର୍ବତନ ସେନାନୀଙ୍କ ପରିବାର ସଦସ୍ୟଙ୍କ ଲାଗି ୧% ଆସନ ସଂରକ୍ଷ ସଂରକ୍ଷଣ ସମାନ ରୂପେ ପ୍ରଚଳନ କରାଯିବ।
ଜାତୀୟ ଶିକ୍ଷା ନୀତି (NEP) 2020 ର ଦୃଷ୍ଟିକୋଣ ସହ ସମନ୍ବୟ ରଖି, ଏହି ପଦକ୍ଷେପ ଅବହେଳିତ ଓ ପଛୁଆ ସମ୍ପ୍ରଦାୟମାନଙ୍କ ପାଇଁ ଶିକ୍ଷାର ଉପଲବ୍ଧତା ବଢ଼ାଇବା, ଶିକ୍ଷା ଓ ଚାକିରି କ୍ଷେତ୍ରରେ ସଂରକ୍ଷଣକୁ ସମନ୍ବିତ କରିବା ଉଦ୍ଦେଶ୍ୟରେ ଗ୍ରହଣ କରାଯାଇଛି I ଏହା ମାଧ୍ୟମରେ ମୋଟ ନାମଲେଖା ଅନୁପାତ (GER) ବୃଦ୍ଧି ପାଇବ ଓ ସାମାଜିକ ଓ ଅର୍ଥନୈତିକ ଭାବେ ଦୁର୍ବଳ ଶିକ୍ଷାରେ ଅଂଶଗ୍ରହଣକୁ ଅଧିକ ସୁଦୃଢ଼ କରାଯିବ।