Odia News Portal

ପଦ୍ମପୁର ବିଧାୟକଙ୍କ ଦେହାନ୍ତରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ପଦ୍ମପୁର ବିଧାୟକ ବିଜୟ ରଞ୍ଜନ ସିଂହ ବରିହାଙ୍କ ଦେହାନ୍ତରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟ୍ଵିଟ୍‌ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ଲୋକଙ୍କ କଲ୍ୟାଣ ପାଇଁ ଜନପ୍ରତିନିଧି ଭାବେ ସେ କରିଯାଇଥିବା କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ । ଏପରି ଦୁଃଖଦ ସମୟରେ ଶୋକ ସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ସମବେଦନା ଜଣାଇବା ସହ ତାଙ୍କ ଅମର ଆତ୍ମାର ସଦଗତି କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ।

ସେହିପରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବିଜୟ ରଞ୍ଜନ ସିଂ ବରିହାଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି । ଟ୍ଵିଟ୍‌ କରି ସେ ଲେଖିଛନ୍ତି, ସାମାଜିକ ଓ ରାଜନୈତିକ ଜୀବନରେ ସେ କରିଥିବା ଉଲ୍ଲେଖନୀୟ କାର୍ଯ୍ୟଗୁଡ଼ିକ ସବୁଦିନ ସ୍ମରଣୀୟ ହୋଇ ରହିବ । ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଛନ୍ତି ଧର୍ମେନ୍ଦ୍ର ପ୍ରଧାନ ।