ରଥ ଉପରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ପୁରୀ ଆସୁଥିବା ତୀର୍ଥ ଯାତ୍ରୀ ଓ ଭକ୍ତମାନଙ୍କ ପାଇଁ ଓଡ଼ିଶା ପୋଲିସ୍ର ଜରୁରୀ ସୂଚନା । ଟ୍ରାଫିକ୍ ସମସ୍ୟାକୁ ଦୃଷ୍ଟିରେ ରଖି ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଭକ୍ତମାନଙ୍କ ପାଇଁ ଜରୁରୀ ସୂଚନା ଦେଇଛି ଓଡ଼ିଶା ପୋଲିସ୍ । ଓଡ଼ିଶା ପୋଲିସ ପକ୍ଷରୁ କୁହାଯାଇଛି ଯେ, ଆଜି (୨୯.୦୬.୨୦୨୫) ସକାଳ ସମୟରୁ ପୁରୀ ସହରକୁ ବହୁ ସଂଖ୍ୟାରେ ଯାନବାହନ ଆସୁଥିବାର ଦେଖିବାକୁ ମିଳୁଛି । ଏଭଳି ପରିସ୍ଥିତିରେ ଯାତ୍ରୀମାନଙ୍କୁ ଦୁଇ ଘଣ୍ଟା କିମ୍ବା ତାହାଠାରୁ ଅଧିକ ସମୟ ଧରି ଅପେକ୍ଷା କରିବାକୁ ପଡ଼ିପାରେ । ତେଣୁ ପୁରୀକୁ ଆସିବାକୁ ଯୋଜନା କରୁଥିବା ଭକ୍ତ ଓ ଯାତ୍ରୀମାନେ ଦୟାକରି ଏହାକୁ ଧ୍ୟାନରେ ରଖି ମହାପ୍ରଭୁଙ୍କ ଦର୍ଶନ ପାଇଁ ଆସନ୍ତୁ ବୋଲି ଓଡ଼ିଶା ପୋଲିସ୍ ପକ୍ଷରୁ କୁହାଯାଇଛି ।
ପୁରୀ ଶରଧାବାଲି ଅଘଟଣରେ ରାଜ୍ୟ ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ । ବଦଳିଲେ ପୁରୀ ଜିଲ୍ଲାପାଳ ଓ ଏସ୍ପି । ପୁରୀ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁଙ୍କ ସ୍ଥାନରେ ନୂଆ ଜିଲ୍ଲାପାଳ ହେଲେ ଚଞ୍ଚଲ ରାଣା । ସେହିପରି ଏସ୍ପି ଭିନୀତ୍ ଅଗ୍ରୱାଲଙ୍କ ସ୍ଥାନରେ ନୂଆ ଏସ୍ପି ଭାବେ ପିନାକ ମିଶ୍ରଙ୍କୁ ଦାୟିତ୍ୱ ଦିଆଯାଇଛି । ଏହା ସହିତ DCP ବିଷ୍ଣୁ ପତି ଓ କମାଣ୍ଡାନ୍ଟ ଅଜୟ ପାଢୀଙ୍କୁ ଦାୟିତ୍ବରେ ଅବହେଳା ଅଭିଯୋଗ ଯୋଗୁଁ ନିଲମ୍ବିତ କରାଯାଇଛି ।