Odia News Portal

ପୁରୀ ଗସ୍ତରେ ମୁଖ୍ୟମନ୍ତ୍ରୀ

ପୁରୀ ଗସ୍ତରେ ମୁଖ୍ୟମନ୍ତ୍ରୀ । ବାହୁଡ଼ାଯାତ୍ରା ନେଇ କରିଛନ୍ତି ସମୀକ୍ଷା । ସେବାୟତଙ୍କ ସହ ଆଲୋଚନା କରିବା ସହ ବରିଷ୍ଠ ଅଧିକାରୀଙ୍କ ସହ ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଯୋଗ ଦେଇଛନ୍ତି । ଦଳଚକଟା ଘଟଣା ପରେ ମୁଖ୍ୟମନ୍ତ୍ରୀଙ୍କ ଏହା ପ୍ରଥମ ଗସ୍ତ । ରଥଯାତ୍ରା ଦିନ ଗୁଣ୍ଡିଚା ମନ୍ଦିର ସାମ୍ନାରେ ଦଳାଚକଟା ପରିସ୍ଥିତି ସୃଷ୍ଟି ହୋଇଥିଲା । ଯେଉଁଥିରେ ୩ ଜଣ ଭକ୍ତଙ୍କ ଜୀବନ ଯାଇଥିବା ବେଳେ ଶତାଧିକ ଆହତ ହୋଇଥିଲେ । ତେବେ ଏହି ଘଟଣା ସାରା ରାଜ୍ୟବାସୀଙ୍କୁ ଦୁଃଖ ଦେଇଥିଲା । ତେବେ ଏହି ଘଟଣା ପରେ ସରକାର ଅବ୍ୟବସ୍ଥା କହି ଘେରିଥିଲେ ବିରୋଧୀ । ଏହି ଘଟଣା ପରେ ଏବେ ମୁଖ୍ୟମନ୍ତ୍ରୀ ପ୍ରଥମଥର ପାଇଁ ପୁରୀ ଗସ୍ତରେ ଯାଇଛନ୍ତି ।