Odia News Portal

ପୂର୍ବତନ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ପରଲୋକ

ଓଡ଼ିଶା ବିଧାନସଭାର ପୂର୍ବତନ ବାଚସ୍ପତି ତଥା ଦିଗପହଣ୍ଡିର ବିଧାୟକ ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ପରଲୋକ। ଆଜି ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ସନ୍ଧ୍ୟା ୭.୩୧ରେ ତାଙ୍କର ପରଲୋକ ହୋଇଛି।

ଗତକିଛି ଦିନ ହେବ ଅସୁସ୍ଥତା କାରଣରୁ ଦିଗପହଣ୍ଡିର ବିଜେଡି ବିଧାୟକ ସୂର୍ଯ୍ୟ ନାରାୟଣ ପାତ୍ର ଚିକିତ୍ସିତ ହେଉଥିଲେ। ଆଜି ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ପରଲୋକ ହୋଇଛି। ତେବେ ଶ୍ରୀ ପାତ୍ର ଦିଗପହଣ୍ଡିରୁ ଲଗାତାର ଭାବରେ ନିର୍ବାଚିତ ହୋଇ ଆସୁଥିଲେ। ଗଞ୍ଜାମ ଜିଲ୍ଲା ରାଜନୀତିରେ ତାଙ୍କର ପ୍ରଭାବ ରହିଥିଲା। ବିଜୁ ପଟ୍ଟନାୟକଙ୍କ ଠାରୁ ନେଇ ତାଙ୍କ ପୁଅ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ସେ କାମ କରିଛନ୍ତି। ଓଡ଼ିଶା ସରକାରଙ୍କ ବହୁ ଗୁରୁତ୍ବପୂର୍ଣ୍ଣ ବିଭାଗର ସେ ମନ୍ତ୍ରୀ ମଧ୍ୟ ରହି ସାରିଛନ୍ତି।