Odia News Portal

ପ୍ରକାଶ ପାଇଲା ଯୁକ୍ତ ଦୁଇ ପରୀକ୍ଷା ଫଳ

ଛାତ୍ରଛାତ୍ରୀଙ୍କ ସବୁ ପ୍ରତୀକ୍ଷାର ଅନ୍ତ ଘଟିଛି । ପ୍ରକାଶ ପାଇଛି ଯୁକ୍ତ ଦୁଇ ପରୀକ୍ଷା ଫଳ । ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ରେଜଲ୍ଟ ପୁସ୍ତିକା ଉନ୍ମୋଚନ କରିଛନ୍ତି । ବିଜ୍ଞାନ, ବାଣିଜ୍ୟ ଓ କଳା ଫଳ ପ୍ରକାଶିତ । ଏହା ସହିତ ଧନ୍ଦାମୂଳକ ପରୀକ୍ଷାଫଳ ବି ପ୍ରକାଶ ପାଇଛି । ଏଥର ୩ ଲକ୍ଷ ୯୩ ହଜାର ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ । ୩ ଲକ୍ଷ ୧୬ ହଜାର ୭୮୭ ଜଣ ଯୁକ୍ତ ପରୀକ୍ଷାରେ ପାସ୍‌ ହୋଇଛନ୍ତି । ୧୪୨୫୧୨ ଛାତ୍ର ପାସ୍‌ ହୋଇଛନ୍ତି । ୧୭୬୨୫୧ ଜଣ ଛାତ୍ରୀ ପାସ୍‌ କରିଛନ୍ତି । ଏଥର ପାସ୍‌ ହାର ୮୨.୭୭ ପ୍ରତିଶତ ରହିଛି । ବିଜ୍ଞାନରେ ପାସ୍‌ ହାର ୮୭.୪୯ ପ୍ରତିଶତ ଓ କଳାରେ ପାସ୍‌ ହାର ୮୦.୫୧ ପ୍ରତିଶତ, କମର୍ସରେ ପାସ୍‌ ହାର ୮୩.୦୨ ପ୍ରତିଶତ ରହିଛି । ଧନ୍ଦାମୂଳକ ପରୀକ୍ଷାରେ ପାସ୍ ହାର ୬୦.୫୭ ପ୍ରତିଶତ ରହିଛି । ପରୀକ୍ଷାଫଳ ଜାଣିବାକୁ results.digilocker.gov.in ଚେକ୍‌ କରିପାରିବେ ଛାତ୍ରଛାତ୍ରୀ ।