Odia News Portal

ବଙ୍ଗୋପସାଗରରେ ଏବେ ସୁଦୃଶ୍ୟ ଲଘୁଚାପ କ୍ଷେତ୍ର, ଆଜିଠୁ ସପ୍ତାହେ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା

ଟଳିଲା ବାତ୍ୟା ଆଶଙ୍କା । ବଙ୍ଗୋପସାଗରରେ ନାହିଁ ବାତ୍ୟା ଆଶଙ୍କା । ଆଜି ସକାଳେ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି । ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବାର ସମ୍ଭାବନା ରହିଛି । ଆସନ୍ତାକାଲି ଅପରାହ୍ନ ସୁଦ୍ଧା ଉତ୍ତର ତାମିଲନାଡୁ ଓ ଦକ୍ଷିଣ ଆନ୍ଧ୍ର ଉପକୂଳ ନିକଟରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତରେ ପରିଣତ ହେବ। ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଏହା ଉତ୍ତର ତାମିଲନାଡୁ, ପୁଡୁଚେରୀ ଏବଂ ଦକ୍ଷିଣ ଆନ୍ଧ୍ର ଉପକୂଳ ଆଡକୁ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେଗତି ଜାରି ରଖିବ । ଅଧିକ ଘନୀଭୂତ ହୋଇପାରେ । ତେବେ ବାତ୍ୟା ଆଶଙ୍କା ନାହିଁ । ଲଘୁଚାପ ପ୍ରଭାବରେ ଆଜିଠୁ ସପ୍ତାହେ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିବ ।