Odia News Portal

ବଢିଲା ବାତ୍ୟା ଆଶଙ୍କା

। ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରେ ସୃଷ୍ଟି ହେଲା ଲଘୁଚାପ । ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଘନୀଭୂତ ହୋଇ ଲଘୁଚାପରେ ପରିଣତ ହୋଇଛି। ଏହା ୨୨ ତାରିଖ ସୁଦ୍ଧା ଅବପାତରେ ପରିଣତ ହୋଇପାରେ । ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି । ତେବେ ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ବାତ୍ୟା ରୂପ ନେବା ସମ୍ଭାବନା ରହିଛି।

ଆଇଏମଡିର ଜି.ଏଫ୍.ଏସ୍. ମଡେଲ୍ ଅନୁସାରେ ବାତ୍ୟା ୨୮ ତାରିଖରେ ଓଡ଼ିଶା ଉପକୂଳରେ ଲ୍ୟାଣ୍ଡଫଲ୍ କରିବା ସମ୍ଭାବନା ଅଧିକ । ତେବେ ୨୨ ତାରିଖରେ ଲଘୁଚାପ ଅବପାତର ରୂପ ନେବା ପରେ ସମ୍ଭାବ୍ୟ ବାତ୍ୟା ନେଇ ଚିତ୍ର ସ୍ପଷ୍ଟ ହେବ । ଭାରତୀୟ ପାଣିପାଗ ବିଭାଗର ଆକଳନ ଅନୁସାରେ ଆସନ୍ତା ୨୨ ତାରିଖ ପର୍ଯ୍ୟନ୍ତ ବଡ଼ ବର୍ଷାର ସମ୍ଭାବନା ନାହିଁ । ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ୨୩ରୁ ରାଜ୍ୟରେ ବର୍ଷା ସମ୍ଭାବନା ରହିଛି । ଏହି ସମୟରେ ପବନର ବେଗ ୪୫ରୁ ୫୫ ସର୍ବାଧିକ ୬୫କିଲୋମିଟର ପର୍ଯ୍ୟନ୍ତ ପବନର ବେଗ ରହିପାରେ। ତେଣୁ ୨୨ ତାରିଖ ଠାରୁ ସମୁଦ୍ର ଭିତରକୁ ନଯିବା ଲାଗି ମତ୍ସ୍ୟଜୀବୀଙ୍କୁ ସତର୍କ କରାଯାଇଛି । ସେପଟେ ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ସରକାର ସଜାଗ ହୋଇଛନ୍ତି । ୭ଟି ଜିଲ୍ଲାର ଜିଲ୍ଲାପାଳଙ୍କୁ ସବୁ ପ୍ରକାର ପ୍ରସ୍ତୁତି କରିବାକୁ ଏସ.ଆର୍.ସି ନିର୍ଦ୍ଦେଶ ଦେଇଛନ୍ତି।