Odia News Portal

ବଦଳିବ ରାଜ୍ୟର ସ୍ବାସ୍ଥ୍ୟ ଭିତ୍ତିଭୂମି ।

୩୩୮ ଟି ନୂଆ ଡାକ୍ତରଖାନା, ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର (ସିଏଚସି) ଓ ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର (ପିଏଚସି) ପ୍ରତିଷ୍ଠା ନେଇ ଘୋଷଣା କରିଛନ୍ତି ରାଜ୍ୟ ସରକାର । ଗ୍ରାମାଞ୍ଚଳ ଠାରୁ ସହରାଞ୍ଚଳ ପର୍ଯ୍ୟନ୍ତ ଲୋକଙ୍କୁ ସହଜରେ ସ୍ବାସ୍ଥ୍ୟ ସେବା ମିଳିବ। ଉପାନ୍ତ ଓ ଦୁର୍ଗମ ଅଞ୍ଚଳରେ ଥିବା ଅସୁବିଧାକୁ ଦୂର କରିବା ପାଇଁ ରାଜ୍ୟ ସରକାର ବ୍ୟାପକ ପଦକ୍ଷେପ ନେଇଛନ୍ତି ।
ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି ।ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଅନୁସାରେ ରାଜ୍ୟର ବିଭିନ୍ନ ସ୍ଥାନରେ ୧୨ଟି ଉପଖଣ୍ଡ ଡାକ୍ତରଖାନା, ୨୦ଟି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଓ ୩୦୬ଟି ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର ନିର୍ମାଣ ହେବ । ଏକକାଳୀନ ନୂତନ ଭାବେ ୩୩୮ଟି ଡାକ୍ତରଖାନା ଓ ସ୍ବାସ୍ଥ୍ୟ କେନ୍ଦ୍ର ନିର୍ମାଣ ହେବା ପରେ ବିଶେଷ ଭାବେ ଗ୍ରାମାଞ୍ଚଳର ଲୋକେ ବହୁ ଉପକୃତ ହେବେ । ତେବେ ୩୩୮ଟି ଡାକ୍ତରଖାନା ଓ ସ୍ବାସ୍ଥ୍ୟ କେନ୍ଦ୍ରଗୁଡ଼ିକର ନିର୍ମାଣ ହେଲା ପରେ ସ୍ବାସ୍ଥ୍ୟ କ୍ଷେତ୍ରରେ ଉନ୍ନତି ଆସିବା ସହିତ ଯୁବକ-ଯୁବତୀଙ୍କୁ ନିଯୁକ୍ତିର ସୁଯୋଗ ମିଳିପାରିବ। ଡାକ୍ତର, ମେଡିକାଲ ଅଧିକାରୀ, ଫାର୍ମାସିଷ୍ଟ, ଷ୍ଟାଫ୍‌ ନର୍ସ ଓ ୪ର୍ଥ କର୍ମଚାରୀଙ୍କୁ ନିଯୁକ୍ତି ମିଳିବ ।