Odia News Portal

ବନ୍ୟା କ୍ଷତିପୂରଣ ଘୋଷଣା କଲେ ସରକାର

ବାତ୍ୟା ଅର୍ଣ୍ଣବ ଦ୍ବାରା ପ୍ରଭାବିତ ପ୍ରତ୍ୟେକ ପରିବାରକୁ ୫୦ କିଲୋଗ୍ରାମ ଚାଉଳ ସହିତ ୨୫୦୦ ଟଙ୍କା ଅନୁଗ୍ରହ ମୂଳକ ସହାୟତା ପ୍ରଦାନ କରାଯିବ। ସେହିପରି ବିଭିନ୍ନ ପ୍ରକାର ଫସଲ ନଷ୍ଟ ପାଇଁ କ୍ଷତିଗ୍ରସ୍ତ ଚାଷୀଙ୍କୁ ସହାୟତା ପ୍ରଦାନ କରାଯିବ। ଯେଉଁଠାରେ ୩୩% କିମ୍ବା ତା’ଠାରୁ ଅଧିକ ଫସଲ ହାନି ହୋଇଛି, ସେଠାରେ ଇଚ୍ଛୁକ ଚାଷୀଙ୍କ ପାଇଁ ସ୍ୱଳ୍ପମିଆଦି ଖରିଫ ଋଣକୁ ମଧ୍ୟମ ମିଆଦି ଋଣରେ ପରିଣତ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି। ରବିବାର ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ଏସ୍‌ଆରସିଙ୍କ କାର୍ଯ୍ୟାଳୟରେ ବାତ୍ୟା ଅର୍ଣ୍ଣବ ଓ ତା’ର ପରବର୍ତ୍ତୀ ପରିସ୍ଥିତିରେ ରିଲିଫ, ପୁନଃନିର୍ମାଣ ଓ କ୍ଷୟକ୍ଷତି ଆକଳନ ସମ୍ପର୍କରେ ଏକ ଉଚ୍ଚ ସ୍ତରୀୟ ବୈଠକରେ ସମୀକ୍ଷା କରିବା ପରେ ପ୍ରଭାବିତ ବିଭିନ୍ନ ବର୍ଗର ଲୋକଙ୍କ ପାଇଁ ସହାୟତା ପ୍ୟାକେଜ ଘୋଷଣା କରିଛନ୍ତି। ଏଥିସହ ବାତ୍ୟା ‘ମୁରାସୁ’ ପାଇଁ ଯେଉଁ ଟିମ୍ ଯେଉଁଠି ମୁତୟନ ଅଛନ୍ତି, ସେଠାରେ ରହିବେ ବୋଲି ମୁଖ୍ୟମନ୍ତ୍ରୀ ନିର୍ଦେଶ ଦେଇଛନ୍ତି।