ବଳକା ଦାରୁରେ ମୂର୍ତ୍ତି ନିର୍ମାଣ ମିଛ ବୋଲି କହିଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଦୀଘା ଜଗନ୍ନାଥ ମନ୍ଦିର ମୂର୍ତ୍ତି ନିର୍ମାଣ ନେଇ ଦ୍ୱନ୍ଦ୍ୱ ଦୂର କରିଛନ୍ତି । ଆହୁରି କହିଛନ୍ତି, ମହାରଣା ସେବକଙ୍କ ସହ ଆଲୋଚନା ପରେ ସ୍ପଷ୍ଟ ହୋଇଛି । ମାତ୍ର ଅଢେଇ ଫୁଟ ଉଚ୍ଚ ଦାରୁରେ ମୂର୍ତ୍ତି ନିର୍ମାଣ ଅସମ୍ଭବ । ରାମକୃଷ୍ଣ ଦାସମହାପାତ୍ର ଏହା କହୁକହୁ କହି ଦେଇଥିବା ଜଣାଇଛନ୍ତି । ଭୁବନେଶ୍ୱରର ସୁଦର୍ଶନ ମହାରଣା ନିମ୍ବ କାଠରେ ମୂର୍ତ୍ତି ତିଆରି କରିଛନ୍ତି ।