Odia News Portal

ବିଏସକେୱାଇ କାର୍ଡର ଅନଲାଇନ୍ ପଞ୍ଜିକରଣ ଫେବ୍ରୁଆରୀ ୮ଯାଏଁ ବୃଦ୍ଧି

ବିଏସକେୱାଇ ନବୀନ କାର୍ଡ ପଞ୍ଜୀକରଣ ଅବଧି ବୃଦ୍ଧି ପାଇଛି । ଆସନ୍ତା ଫେବ୍ରୁଆରୀ ୮ତାରିଖ ଯାଏଁ ଅନଲାଇନ୍ ପଞ୍ଜିକରଣ ବୃଦ୍ଧି କରାଯାଇଛି। ଏନେଇ ସ୍ୱାସ୍ଥ୍ୟ ସଚିବ ଶାଲିନୀ ପଣ୍ଡିତ ସୂଚନା ଦେଇଛନ୍ତି । ପୂର୍ବରୁ ଜାନୁଆରୀ ୨୬ ତାରିଖ ପର୍ଯ୍ୟନ୍ତ ବିଏସକେୱାଇ ନବୀନ କାର୍ଡ ପାଇଁ ଆବେଦନ ଅବଧି ବୃଦ୍ଧି କରାଯାଇଥିଲା। ତେବେ ଆହୁରି ଅନେକ ଲୋକ ଆବେଦନ କରିନଥିବାରୁ ପଞ୍ଜିକରଣ ଅବଧିକୁ ବୃଦ୍ଧି କରିଛନ୍ତି ସରକାର । ପ୍ରଥମ ପର୍ଯ୍ୟାୟରେ ସବୁ ଲୋକଙ୍କୁ, ସେମାନଙ୍କର ରୋଜଗାର ଓ ବାସସ୍ଥାନ ନିର୍ବିଶେଷରେ, ସବୁ ସରକାରୀ ଚିକିତ୍ସାଳୟରେ ସମସ୍ତ ଉପଲବ୍‌ଧ ଚିକିତ୍ସା ସୁବିଧା ସଂପୂର୍ଣ୍ଣ ମାଗଣାରେ ମିଳୁଛି । ଦ୍ବିତୀୟ ପର୍ଯ୍ୟାୟରେ, ସବୁ ଖାଦ୍ୟ ସୁରକ୍ଷା ହିତାଧିକାରୀମାନଙ୍କୁ ବିଜୁ ସ୍ବାସ୍ଥ୍ୟ କଲ୍ୟାମ ଯୋଜନାରେ ଘରୋଇ ଚିକିତ୍ସାଳୟ ଗୁଡିକରେ ମାଗଣାରେ ଚିକିତ୍ସା ସୁବିଧା ମିଳୁଛି । ତେବେ ଏହି ତୃତୀୟ ପର୍ଯ୍ୟାୟ ସଂପ୍ରସାରଣରେ ରାଜ୍ୟର ୧କୋଟି ୧୦ଲକ୍ଷରୁ ଅଧିକ ପରିବାର , ଯାହାକି ଲୋକ ସଂଖ୍ୟାର ୯୦ପ୍ରତିଶତ ସାମିଲ ହେବେ। ପରବର୍ତ୍ତୀ ସମୟରେ ପର୍ଯ୍ୟାୟକ୍ରମେ ସହରାଞ୍ଚଳ ଲୋକ ଓ ସରାକାରୀ କର୍ମଚାରୀଙ୍କୁ ସାମିଲ କରାଯିବ।