Odia News Portal

ବିଜେଡିରେ ମିଶିଲେ ଚିରଞ୍ଜୀବ ବିଶ୍ୱାଳ

ବିଜେଡିରେ ସାମିଲ ହୋଇଛନ୍ତି ପୂର୍ବତନ କଂଗ୍ରେସ ବିଧାୟକ ଚିରଞ୍ଜୀବ ବିଶ୍ୱାଳ। ଗତକାଲି କଂଗ୍ରେସରୁ ଇସ୍ତଫା ଦେଇଥିବା ଚିରଞ୍ଜୀବ ଆଜି ଶଙ୍ଖ ଭବନରେ ବିଜେଡିରେ ସାମିଲ ହୋଇଛନ୍ତି । ପୂର୍ବତନ ଉପମୁଖ୍ୟମନ୍ତ୍ରୀ ବସନ୍ତ ବିଶ୍ବାଳଙ୍କ ପୁଅ ଚିରଞ୍ଜୀବ ଜଗତସିଂହପୁର ଜିଲ୍ଲାର ଜଣେ ଟାଣୁଆ କଂଗ୍ରେସ ନେତା ଭାବେ ପରିଚିତ ଥିଲେ । ୨୦୧୪ରେ ସେ କଂଗ୍ରେସ ଟିକେଟରେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ୨୦୧୯ରେ କିନ୍ତୁ ସେ ନିର୍ବାଚନ ହାରିଯାଇଥିଲେ ।

ଦଳ ବିରୋଧୀ କାର୍ଯ୍ୟ ଅଭିଯୋଗରେ ତାଙ୍କୁ ଗତ ବର୍ଷ କଂଗ୍ରେସରୁ ନିଲମ୍ବନ କରାଯାଇଥିଲା । କିଛି ଦିନ ପରେ ତାଙ୍କ ଉପରୁ ନିଲମ୍ବନ ଆଦେଶ ପ୍ରତ୍ୟାହାର କରାଯାଇଥିଲା । ହେଲେ ପରବର୍ତ୍ତୀ ସମୟରେ ତାଙ୍କୁ କୌଣସି ଦଳୀୟ କାର୍ଯ୍ୟକ୍ରମରେ ଦେଖିବାକୁ ମିଳିନଥିଲା ।