Odia News Portal

ବିଜେଡି ଛାଡ଼ିଲେ ଦେବାଶିଷ ନାୟକ

ବିଜେଡିରୁ ରବିବାର ଇସ୍ତଫା ଦେଇଛନ୍ତି ପୂର୍ବତନ ମନ୍ତ୍ରୀ ଦେବାଶିଷ ନାୟକ। ବିଜେଡି ସୁପ୍ରିମୋଙ୍କୁ ଚିଠି ଲେଖି ସେ ତାଙ୍କର ଇସ୍ତଫାପତ୍ର ଦେଇଛନ୍ତି। ଓଡ଼ିଶା ବିଧାନସଭାରେ ଜଣେ ବିଧାୟକ ଭାବରେ ୪ଥର କାର୍ଯ୍ୟ କରିଛନ୍ତି ଦେବାଶିଷ। ସେ ୨୦୦୦ ଓ ୨୦୦୪ରେ ଓଡ଼ିଶାରେ ହୋଇଥିବା ବିଧାନସଭା ନିର୍ବାଚନରେ ସେ ବରୀ-ଡେରାବିଶ ବିଧାନସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୨ତମ, ୧୩ତମ ଓଡ଼ିଶା ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ଏହା ପରେ ୨୦୦୯ ଓ ୨୦୧୪ରେ ଓଡ଼ିଶାରେ ହୋଇଥିବା ବିଧାନସଭା ନିର୍ବାଚନରେ ସେ ବରୀ ବିଧାନସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୨ତମ, ୧୫ତମ ଓଡ଼ିଶା ବିଧାନସଭାକୁ ନିର୍ବାଚିତ ହୋଇଥିଲେ।