ଶ୍ରୀମନ୍ଦିର ପ୍ରଶାସନ ନିଷ୍ପତ୍ତି ଅନୁସାରେ ଗୁରୁବାର ହୋଇପାରିବ । ଯଦି ଗୁରୁବାର ହୁଏ ସେ ନିଷ୍ପତ୍ତି ଶ୍ରୀମନ୍ଦିର ପ୍ରଶାସନ ହିଁ ନେବ । ବହୁ ବାଦ ବିବାଦ ପରେ ଶେଷରେ ମହାପ୍ରଭୁଙ୍କ ବନକଲାଗି ନୀତି ହେବ । ଆସନ୍ତା ୯ ତାରିଖରେ ଶ୍ରୀଜିଉଙ୍କ ବନକଲାଗି କରାଯିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଥିଲା । ଶ୍ରୀମନ୍ଦିର ପ୍ରଶାସନ ଓ ସେବାୟତ ବିବାଦ କାରଣରୁ ଦିନକୁ ଦିନ ମଳିନ ପଡ଼ିଆସୁଥିବା ଶ୍ରୀଜିଉଙ୍କ ଶ୍ରୀମୁଖ ଶୃଙ୍ଗାର ଆସନ୍ତା ବୁଧବାର ହେବ ।