ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସ୍ଥାନୀୟ ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦର ଠାରେ ‘ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟସେବା’ ନାମରେ ଏକ ନୂତନ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଯୋଜନାରେ ମାଲକାନଗିର,ନବରଙ୍ଗପୁର,ନୂଆପଡା ଓ କଳାହାଣ୍ଡିର ଜନସାଧାରଣ ପାଇବେ ଉତ୍କୃଷ୍ଟ ସ୍ୱାସ୍ଥ୍ୟସେବା ।
ବିଭିନ୍ନ ମେଡିକାଲ କଲେଜ ଏବଂ କର୍ପୋରେଟ୍ ହସ୍ପିଟାଲର ଦକ୍ଷ ଡାକ୍ତରମାନେ ପୂର୍ବ ନିର୍ଦ୍ଧାରିତ ସୂଚୀ ଅନୁସାରେ ଏହିସବୁ ଜିଲ୍ଲାର ଚିକିତ୍ସାଳୟକୁ ବିମାନ ଯୋଗେ ଯାଇ ସେଠାରେ ହୃଦରୋଗୀ, ସ୍ନାୟୁରୋଗୀ, କିଡନୀ ଓ ମୂତ୍ରାଶୟ ରୋଗୀଙ୍କ ଭଳି ସୁପର ସ୍ପେସାଲିଟି ସେବା ଆବଶ୍ୟକ କରୁଥିବା ରୋଗୀଙ୍କ ପରୀକ୍ଷା ଓ ଚିକିତ୍ସା କରିବେ । ଏଥିପାଇଁ ସମସ୍ତ ଖର୍ଚ୍ଚ ସରକାର ବହନ କରିବେ ।
ଏହି ସେବାର ଶୁଭାରମ୍ଭ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଖୁସିବ୍ୟକ୍ତ କରିବା ସହିତ ଏହାଦ୍ବାରା ଏହି ୪ଟି ଜିଲ୍ଲାର ଗରିବ ଜନସାଧାରଣ ଉନ୍ନତ ସ୍ବାସ୍ଥ୍ୟସେବା ପାଇପାରିବେ ବୋଲି ଆଶାପ୍ରକାଶ କରିଛନ୍ତି।
ଏହି କାର୍ୟ୍ୟକ୍ରମରେ ସ୍ବାସ୍ଥ୍ୟ ମନ୍ତ୍ରୀ ନଵ ଦାସ, ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ମୁଖ୍ୟମନ୍ତ୍ରୀଙ୍କ ସଚିବ ୫ଟି ଭି କାର୍ତ୍ତିକ ପାଣ୍ଡିଆନ ଓ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ।
Sign in
Sign in
Recover your password.
A password will be e-mailed to you.