ରତ୍ନଭଣ୍ଡାର: ଅକ୍ଟୋବର ମଧ୍ୟରେ ଶେଷ ହେବ ଗଣତି ମଣତି ଓ ହୁଣ୍ଡି ସ୍ଥାନାନ୍ତରଣ By Swadhikar News Last updated Sep 11, 2025 ବହୁ ପ୍ରତୀକ୍ଷିତ ଶ୍ରୀମନ୍ଦିରର ରତ୍ନଭଣ୍ଡାର ମରାମତି କାମ ସଂପୂର୍ଣ୍ଣ ହୋଇଛି। ରତ୍ନଭଣ୍ଡାର ମରାମତି କାର୍ଯ୍ୟ ଶେଷ ହୋଇଥିବାରୁ ମହାପ୍ରଭୁଙ୍କ ରତ୍ନଭଣ୍ଡାରରେ ଥିବା ଅଳଙ୍କାର ଗଣତି ମଣତି ପ୍ରକ୍ରିୟା ଖୁବ ଶୀଘ୍ର ଆରମ୍ଭ ହେବ। ଏହି କାମ ଚଳିତ ମାସରେ କରାଯିବା ପାଇଁ ଚେଷ୍ଟା କରାଯାଉଛି। ଅକ୍ଟୋବର ମଧ୍ୟରେ ଗଣତି ମଣତି ଓ ହୁଣ୍ଡି ସ୍ଥାନାନ୍ତରଣ କାମ ଶେଷ ହେବ ବୋଲି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ଆଇନ ମନ୍ତ୍ରୀ କହିଛନ୍ତି, ଧାଡ଼ି ଦର୍ଶନ ପୂର୍ବରୁ ହୁଣ୍ଡି ସ୍ଥାନାନ୍ତରଣ ପାଇଁ ଏକ ରିଜଲ୍ୟୁସନ ଆସିବ। ପରେ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ଲାଗିବ। ଏହା ପରେ ଧାଡ଼ି ଦର୍ଶନ ବ୍ୟବସ୍ଥା ଆରମ୍ଭ ହୋଇଯିବ। ratnabhandarswadhikarswadhikar news Share