Odia News Portal

ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୫୪ ନୂଆ କରୋନା ଆକ୍ରାନ୍ତ

ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୫୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆଜି ଆଉ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଖୋର୍ଦ୍ଧାରୁ ୭୯ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଯାହା ମୋଟ ଆକ୍ରାନ୍ତଙ୍କ ୫୧.୨୯ ପ୍ରତିଶତ । ଆଜି ମୋଟ ପଜିଟିଭ୍ ରେଟ୍ ରହିଛି ୦.୨୫ ପ୍ରତିଶତ । ସଂକ୍ରମିତଙ୍କ ମଧ୍ୟରୁ ୦ରୁ ୧୮ ବର୍ଷ ବୟସ୍କଙ୍କ ମଧ୍ୟରେ ଅଛନ୍ତି ୨୬ ଜଣ । ୨୪ ଘଣ୍ଟାରେ ୫୯ ହଜାର ୭୩୩ କୋଭିଡ ଟେଷ୍ଟିଂ ହୋଇଛି । ରାଜ୍ୟରେ ମୋଟ ଆକ୍ଟିଭ୍ କେସ୍ ରହିଛି ୧ହଜାର ୯୮୯ ।
ଗତ ୨୪ ଘଣ୍ଟା ମଧ୍ୟରେ ଭଦ୍ରକ ଜିଲ୍ଲାରୁ ୩ ଜଣ, ବଲାଙ୍ଗୀରରୁ ୧ ଜଣ, ବୌଦ୍ଧରୁ ୧ ଜଣ, କଟକରୁ ୨୦ ଜଣ, ଦେବଗଡ଼ରୁ ୭ ଜଣ, ଢେଙ୍କାନାଳରୁ ୨ ଜଣ, ଗଞ୍ଜାମରୁ ୪ ଜଣ, ଜଗତସିଂହପୁରରୁ ୨ ଜଣ, ଯାଜପୁରରୁ ୨ ଜଣ, କଳାହାଣ୍ଡିରୁ ୧ ଜଣ, ଖୋର୍ଦ୍ଧାରୁ ୭୯ ଜଣ, ମୟୂରଭଞ୍ଜରୁ ୪ ଜଣ, ନୟାଗଡ଼ରୁ ୧ ଜଣ, ପୁରୀରୁ ୨ ଜଣ, ରାୟଗଡ଼ାରୁ ୧ ଜଣ, ସମ୍ୱଲପୁରରୁ ୩ ଜଣ, ସୁନ୍ଦରଗଡ଼ରୁ ୨ଜଣ ଓ ଷ୍ଟେଟ ପୁଲରୁ ୧୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ୟ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୫୨ହଜାର ୪୭୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୪୨ ହଜାର ୨ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧ ହଜାର ୯୭୬ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।