ରାଜ୍ୟରେ ଥଣ୍ଡାର ଥାର୍ଡ ଡିଗ୍ରୀ, ମାଇନସ ୧ ଡିଗ୍ରୀକୁ ଖସିଲା ତାପମାତ୍ରା By Swadhikar News Last updated Jan 9, 2026 ରାଜ୍ୟରେ ଥଣ୍ଡାର ଥାର୍ଡ ଡିଗ୍ରୀ । ଖସୁଛି ପାରଦ, ବଢୁଛି ଶୀତ । ମାଇନସ ୧ ଡିଗ୍ରୀକୁ ଖସିଲା ତାପମାତ୍ରା । ପ୍ରବଳ କୁହୁଡି ସାଙ୍ଗକୁ ହାଡ଼ଭଙ୍ଗା ଶୀତ ରେ ଥରୁଛି ମୟୁରଭଞ୍ଜ । ଗତ ଦୁଇ ଦିନଧରି ଶିମିଳିପାଳରେ ଶୂନ୍ ଡିଗ୍ରୀକୁ ତାପମାତ୍ରା ଥିବା ବେଳେ ଆଜି -୧ ଡିଗ୍ରୀକୁ ଖସିଛି ପାରଦ । ଚହଲା ଏବଂ ଗୁଡ଼ିଗୁଡ଼ିଆରେ ୨ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି । ହାଡ଼ଭଙ୍ଗା ଶୀତ ସାଙ୍ଗକୁ ଶିମିଳିପାଳର ବିଭିନ୍ନ ଅଞ୍ଚଳରେ ତୁଷାର ପାତ ହେଇଛି । ସେପଟେ ଝାରସୁଗୁଡ଼ାରେ ପୁଣି ରେକର୍ଡ ଥଣ୍ଡା । ସକାଳ ୫ଟା ସୁଦ୍ଧା ୫.୬ ଡିଗ୍ରୀ ଛୁଇଁଲା ଝାରସୁଗୁଡ଼ା ତାପମାତ୍ରା । ରାଜଧାନୀରେ ପାରଦ ୧୧.୬ ଡିଗ୍ରୀ ଛୁଇଁଛି। ଆହୁରି ୧୫ ଦିନ ଯାଏ ପାଗ ଶୁଖିଲା ରହିବ । ଉତ୍ତର ଆଭ୍ୟନ୍ତରୀଣ ଓ ଦକ୍ଷିଣ ଆଭ୍ୟନ୍ତରୀଣ ଓଡିଶାର ଅଧିକାଂଶ ସ୍ଥାନରେ ତାପମାତ୍ରା ସ୍ବାଭାବିକ ଠାରୁ ୫ରୁ ୬ଡିଗ୍ରୀ ତଳେ ରହିଛି । ଦକ୍ଷିଣ ଉପକୂଳ ଓଡ଼ିଶାରେ ତାପମାତ୍ରା ସ୍ବାଭାବିକ ଠାରୁ ୨ରୁ ୩ ଡିଗ୍ରୀ କମ ରହିଛି । କିଛି କିଛି ସ୍ଥାନରେ ଶୀତଲହରୀ ନେଇ ଚେତାବନୀ ଜାରି ହୋଇଛି। ଆଜି ଶୀତଲହରୀ ପାଇଁ ୧୧ ଜିଲ୍ଲା କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧୨ତାରିଖରୁ ପୁଣି ବଢିବ କୁହୁଡ଼ି । ୧୪ ତାରିଖ ପର୍ଯ୍ୟନ୍ତ କୁହୁଡ଼ି ସହ କିଛି କିଛି ସ୍ଥାନରେ ଘନକୁହୁଡ଼ିର ସମ୍ଭାବନା ରହିଛି। ମୟୂରଭଞ୍ଜ ଓ ଶିମିଳିପାଳରେ ଶୂନ ହୋଇଗଲା ପାରଦ । ଶିମିଳିପାଳରେ ଉପରବାରା କାମୁଡ଼ାରେ ଶୂନ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି । ସେହିପରି ଚାହାଲାରେ ୨ ଡିଗ୍ରୀ,ବରେହିପାଣିରେ୫ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି । ସେହିପରି ମୟୂରଭଞ୍ଜର ଅନ୍ୟ ଅଞ୍ଚଳ ଗୁଡିକରେ ବି ପାରଦ ଖସିଛି । ଦିନ ହେଉ ଅବା ରାତି ଅସହ୍ୟ ଜାଡ଼ରେ ପ୍ରଭାବିତ ହେଇଛି ଜନଜୀବନ । swadhikarswadhikar news Share