Odia News Portal

ରାଜ୍ୟର ୩ ମେଡିକାଲ କଲେଜର ଅଗ୍ନିସୁରକ୍ଷା ପାଇଁ ୪୫ ପଦବି ମଂଜୁର କଲେ ମୁଖ୍ୟମନ୍ତ୍ରୀ

କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍ପିଟାଲ, ବ୍ରହ୍ମପୁର ଏମ୍‌କେସିଜି ମେଡିକାଲ କଲେଜ ଓ ହସ୍ପିଟାଲ ଏବଂ ବୁର୍ଲା ଭିଏସ୍ଏସ୍ ମେଡିକାଲ କଲେଜ ଓ ହସ୍ପିଟାଲର ଅଗ୍ନି ସୁରକ୍ଷା ପାଇଁ ଅଗ୍ନିଶମ ବିଭାଗରେ ବିଭିନ୍ନ ସ୍ତରରେ ୪୫ ନୂତନ ପଦବିକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି। ମଂଜୁରୀ ଲାଭ କରିଥିବା ଅଗ୍ନିଶମ ବିଭାଗର ଏହି ନୂତନ ପଦବିଗୁଡିକ ହେଲା– ତିନି ଗୋଟି ଷ୍ଟେସନ ଅଫସିର, ଚାରିଗୋଟି ଲିଡିଙ୍ଗ୍‌ ଫାୟାରମ୍ୟାନ୍‌, ତିନି ଗୋଟି ହାବିଲଦାର, ତିନି ଗୋଟି ଫାୟାରମ୍ୟାନ୍‌ ଡ୍ରାଇଭର ଏବଂ ୩୦ଟି ଫାୟାରମ୍ୟାନ୍‌। ଏହି ନୂତନ ପଦବି ସୃଷ୍ଟି ଦ୍ୱାରା ଉପରୋକ୍ତ ତିନୋଟି ମେଡିକାଲ କଲେଜ ଓ ହସ୍ପିଟାଲର ଅଗ୍ନି ନିରାପତ୍ତା ଅଧିକ ସୁଦୃଢ ହୋଇପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।