Odia News Portal

ଲୋକାର୍ପଣ ହେଲା ମା’ ସମଲେଇ ପ୍ରକଳ୍ପ

 ପଶ୍ଚିମ ଓଡ଼ିଶାର ଅଧିଷ୍ଠାତ୍ରୀ ଦେବୀ ସମ୍ବଲପୁରର ମା’ ସମଲେଶ୍ୱରୀଙ୍କ ରୂପାନ୍ତରିତ ମନ୍ଦିର ଓ ପରିକ୍ରମା ପ୍ରକଳ୍ପ ଲୋକାର୍ପିତ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟ ଏହାକୁ ଲୋକାର୍ପଣ କରିଛନ୍ତି । ଏହି ଅବସରରେ ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ମଧ୍ୟ ଉପସ୍ଥିତ ଥିଲେ । ପ୍ରକାଶ ଯେ ସମଲେଇ ପ୍ରକଳ୍ପରେ ମା’ ସମଲେଶ୍ବରୀଙ୍କ ମନ୍ଦିରର ଭବ୍ୟ ରୂପାନ୍ତରଣ କରାଯାଇଛି । ଯାହାକି ଭକ୍ତଙ୍କୁ ଦିବ୍ୟ ଅନୁଭବ ଦେବା ପାଇଁ ପ୍ରୟାସ ହୋଇଛି। ବିଶେଷ କରି ମନ୍ଦିର ସୁରକ୍ଷା, ବିକାଶ ଓ ଭକ୍ତଙ୍କ ସୁବିଧାକୁ ଗୁରୁତ୍ୱ ଦିଆଯାଇଛି। ତେବେ ସମଲେଶ୍ୱରୀ ପୀଠର ରୂପାନ୍ତରଣ ପ୍ରକଳ୍ପର ଲୋକାର୍ପଣ ପୂର୍ବରୁ ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାର୍ତ୍ତା ରଖିଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ, ମା’ ସମଲେଶ୍ୱରୀ ହେଉଛନ୍ତି ସାରା ଓଡ଼ିଶାର ଆରାଧ୍ୟଦେବୀ। ମା’ ସମଲେଶ୍ୱରୀଙ୍କ ମନ୍ଦିର ଆସ୍ଥା ଓ ବିଶ୍ୱାସର କେନ୍ଦ୍ର। ଲୋକଙ୍କ ଭାବାବେଗକୁ ଦୃଷ୍ଟିରେ ରଖି ମନ୍ଦିରର ରୂପାନ୍ତରଣ କରାଯାଇଛି। ଏହା କୋଟି କୋଟି ଭକ୍ତଙ୍କ ଆସ୍ଥାର ପ୍ରକଳ୍ପ। ମା’ଙ୍କ ଆଶୀର୍ବାଦରୁ ପ୍ରକଳ୍ପ ହୋଇଛି। ମା’ଙ୍କ କୃପାରୁ ରେକର୍ଡ ସମୟ ଭିତରେ ପ୍ରକଳ୍ପ କାମ ସରିଛି। ଏହି ପ୍ରକଳ୍ପ ଓଡ଼ିଶାର ପର୍ଯ୍ୟଟନ ଓ ଅର୍ଥନୀତିକୁ ଆଗକୁ ନେବ। ଏକାସାଙ୍ଗରେ ହଜାର ହଜାର ଶ୍ରଦ୍ଧାଳୁ ମହାନଦୀ ଆଳତୀ ଦେଖିପାରିବେ। ସମଲେଇ ପ୍ରକଳ୍ପ ଭାଇଚାରା ଓ ମା’ଙ୍କ ଆଶୀର୍ବାଦର ପରିଚୟ।