Odia News Portal

ଶ୍ରୀଜିଉଙ୍କ ବନକଲାଗି ନୀତି, ପ୍ରାୟ ୫ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ବୁଧବାର ଦିନ କାର୍ତ୍ତିକ କୃଷ୍ଣ ନବମୀ ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକ ଲାଗି ନୀତି ଅନୁଷ୍ଠିତ ହେବ । ଦତମହାପାତ୍ର ସେବକମାନେ ଶ୍ରୀବିଗ୍ରହଙ୍କ ଶ୍ରୀମୁଖ ସିଂହାର କରିବେ । ଏଥି ପାଇଁ ଭକ୍ତଙ୍କ ଦର୍ଶନ ଉପରେ କଟକଣାଲାଗିଛି । ପ୍ରାୟ ୫ଘଣ୍ଟା ପର୍ଯ୍ୟନ୍ତ ମହାପ୍ରଭୁଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ ।ବନକଲାଗି ପାଇଁ ହିଙ୍ଗୁଳ, ହରିତାଳ, ଶଙ୍ଖ, କେଶର, କର୍ପୁର, କଇଥ ଅଠା, କସ୍ତୁରୀ ଓ କଳା ଇତ୍ୟାଦି ବ୍ୟବହାର କରାଯାଏ । ତେବେ ଏହି ବିଶେଷ ନୀତି ପାଇଁ ଭକ୍ତମାନେ ଅପରାହ୍ଣ ୫ଟାରୁ ୧୦ଟା ପର୍ଯ୍ୟନ୍ତ ମହାପ୍ରଭୁଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ । ଏନେଇ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ଲୋକ ସର୍ମ୍ପକ ଅଧିକାରୀ ଜିତେନ୍ଦ୍ର ମହାନ୍ତି । ଅପରାହ୍ଣରେ ଦ୍ୱିତୀୟ ଭୋଗମଣ୍ଡପ ନୀତି ପରେ ମହାପ୍ରଭୁଙ୍କ ବନକଲାଗି ନୀତି ଆରମ୍ଭ କରାଯିବ ।