Odia News Portal

ସେପ୍ଟେମ୍ବର ୨୯ ତାରିଖରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ

ଭୁବନେଶ୍ୱରର ୟୁନିଟ୍ V ସ୍ଥିତ ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ସେପ୍ଟେମ୍ବର ୨୯ (ସୋମବାର) ବନ୍ଦ ରହିବ ବୋଲି ସାଧାରଣ ପ୍ରଶାସନ ଏବଂ ସାଧାରଣ ଅଭିଯୋଗ (GA&PG) ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ଯେ, ସରକାରୀ ଛୁଟି ଦିନ ପଡୁଥିବାରୁ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଏହି ସୋମବାର ବନ୍ଦ ରହିବ ।  ଦୁର୍ଗାପୂଜା ପାଳନକୁ ଦୃଷ୍ଟିରେ ରଖି ଓଡ଼ିଶାରେ ସେପ୍ଟେମ୍ବର ୨୯ ତାରିଖକୁ ଛୁଟି ଘୋଷଣା କରାଯାଇଛି।  ପୁନଃନିର୍ଦ୍ଧାରିତ/ପରବର୍ତ୍ତୀ ଅଭିଯୋଗ ଶୁଣାଣି ତାରିଖ ସମ୍ବାଦପତ୍ର ଏବଂ ଅନ୍ୟାନ୍ୟ ଗଣମାଧ୍ୟମ ମାଧ୍ୟମରେ ଜନସାଧାରଣଙ୍କୁ ଜଣାଇ ଦିଆଯିବ ବୋଲି ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।