ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନଠାରେ ବାତ୍ୟା ଦାନା ଦ୍ବାରା କ୍ଷତିଗ୍ରସ୍ତ ହେବାକୁ ଥିବା ଗଞ୍ଜାମ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ଵର, ମୟୂରଭଞ୍ଜ, କେନ୍ଦୁଝର, କଟକ, ଖୋର୍ଦ୍ଧା ଓ ଯାଜପୁର ଜିଲ୍ଲାପାଳଙ୍କ ସହିତ ବାତ୍ୟା ମୁକାବିଲା ପ୍ରସ୍ତୁତିର ଅଗ୍ରଗତି ସଂପର୍କରେ ଆଲୋଚନା କରିଛନ୍ତି। ସମୀକ୍ଷା ପରେ ଗଣମାଧ୍ୟମକୁ ବିବୃତି ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ୧୧ଟି ଜିଲ୍ଳାର ୩୮ଟି ବ୍ଲକର ୧୬୫୩ଟି ଗ୍ରାମ , ୯ଟି ପୌରାଞ୍ଚଳ ଓ ୨୬ଟି ୱାର୍ଡ ଏହି ବାତ୍ୟା ଦ୍ବାରା ପ୍ରଭାବିତ ହେବାର ସମ୍ଭାବନା ରହିଛି। ଏହି ସବୁ ଅଞ୍ଚଳରେ ଥିବା ତଳିଆ ଓ ବିପଦଶଙ୍କୁଳ ଅଞ୍ଚଳରୁ ସମୁଦାୟ ୩ ଲକ୍ଷ ୬୨ ହଜାର ଲୋକଙ୍କୁ ସ୍ଥାନାନ୍ତରିତ କରିବାର ଲକ୍ଷ୍ୟ ରହିଛି। ଆଜି ଦିନ ୧୧ଟା ସୁଦ୍ଧା ୩ଲକ୍ଷ ରୁ ଉର୍ଦ୍ଧ୍ବ ଲୋକଙ୍କୁ ସୁରକ୍ଷିତ ଭାବେ ବାତ୍ୟା ଆଶ୍ରୟସ୍ଥଳକୁ ସ୍ଥାନାନ୍ତର କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଆଉ କିଛି ଘଣ୍ଟା ମଧ୍ୟରେ ସ୍ଥାନାନ୍ତର ପ୍ରକ୍ରିୟାରେ ଶତ ପ୍ରତିଶତ ସଫଳତା ହାସଲ ହେବ ବୋଲି ସେ କହିଥିଲେ।
ପ୍ରଭାବିତ ହେବାକୁ ଥିବା ଅଞ୍ଚଳରୁ ୨୩୩୮ ଜଣ ଗର୍ଭବତୀ ମହିଳାଙ୍କୁ ସୁରକ୍ଷିତ ଭାବେ ଡାକ୍ତରଖାନା ଓ ମା’ ଗୃହକୁ ସ୍ଥାନାନ୍ତର କରାଯାଇଛି ବୋଲି ସେ କହିଥିଲେ।
Sign in
Sign in
Recover your password.
A password will be e-mailed to you.
