Odia News Portal

ସମ୍ବଲପୁରରେ ଧର୍ମେନ୍ଦ୍ର ବନାମ ପ୍ରଣବ

ନିର୍ବାଚନୀ ମାହୋଲ ଭିତରେ ଏକ ବଡ଼ ଖବର ସାମନାକୁ ଆସିଛି । ତାହା ହେଲା ବିଜେଡି ନିଜର ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି । ବିଜେଡି ପକ୍ଷରୁ ବିଧାନସଭା ଓ ଲୋକସଭା ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି । ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରାର୍ଥୀ ତାଲିକା ଘୋଷଣା କରିଛନ୍ତି ।

ତେବେ ସବୁଠାରୁ ଚର୍ଚ୍ଚାର ବିଷୟ ହେଉଛି ଯେ ସମ୍ବଲପୁରରେ ବିଜେପିରୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ବିଜେଡି ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସଙ୍କ ମଧ୍ୟରେ ପ୍ରତିଦ୍ବନ୍ଦ୍ବିତା ହେବ ।