Odia News Portal

ସାଢ଼େ ୧୧ରେ ୪୧ ଡିଗ୍ରୀ

ରାଜ୍ୟରେ ତାତି ବଢ଼ି ଚାଲିଛି। ଲୋକେ ଖରାଗରମରେ ଆଉଟୁପାଉଟୁ ହେଉଛନ୍ତି। ପୂର୍ବାହ୍ନ ସାଢ଼େ ୧୧ ସୁଦ୍ଧା ଝାରସୁଗୁଡ଼ା ଏବଂ କେନ୍ଦୁଝରରେ ତାପମାତ୍ରା ୪୧ ଡିଗ୍ରୀରୁ ଅଧିକ ରହିଛି। ସେହିପରି ଭୁବନେଶ୍ୱରରେ ତାପମାତ୍ରା ୪୦.୭ ଡିଗ୍ରୀ, ବାଲେଶ୍ୱରରେ ୪୦.୧ ଡିଗ୍ରୀ, ରାଉରକେଲାରେ ତାପମାତ୍ରା ୩୯.୬ ଡିଗ୍ରୀ ରହିଛି। ଆଜି କେନ୍ଦୁଝର ଏବଂ ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ ସହର ଭାବେ ପରିଗଣତ ହୋଇଛି।

ଆଜି ଗ୍ରୀଷ୍ମ ପ୍ରବାହ ପାଇଁ ୩ ଜିଲ୍ଲାକୁ ଅରେଞ୍ଜ ଓ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ମୟୂରଭଂଜ, କେନ୍ଦୁଝର ଓ ଅନୁଗୁଳ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ବାଲେଶ୍ୱର, ଯାଜପୁର, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, ଖୋର୍ଦ୍ଧା, କଟକ, କେନ୍ଦ୍ରାପଡା ଓ ଜଗତସିଂହପୁର ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରିଛି ।

ଅନ୍ୟପଟେ ଆଜିଠୁ ତାତିରୁ ମିଳିପାରେ ସାମାନ୍ୟ ଆଶ୍ୱସ୍ତି । କିଛି ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି । ଆଜି କନ୍ଧମାଳ, ଗଞ୍ଜାମ, ରାୟଗଡ଼ା, ଗଜପତି, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି ଓ ବଲାଙ୍ଗୀର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି । କାଳବୈଶାଖୀ ଯୋଗୁ ରାଜ୍ୟର ଅନେକ ସ୍ଥାନରେ ତାପମାତ୍ରା ୨ରୁ ୩ ଡିଗ୍ରୀ ହ୍ରାସ ହୋଇପାରେ । ଫଳରେ ଆସନ୍ତା ୨୪ ତାରିଖ ପର୍ୟ୍ୟନ୍ତ ତାତିରୁ ସାମୟିକ ଆଶ୍ୱସ୍ତି ମିଳିପାରେ ।